ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ମମତା ମହନ୍ତ

0

ଭୁବନେଶ୍ବର: ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ମମତା ମହନ୍ତ। କାର୍ଯ୍ୟକାଳ ଶେଷ ପୂର୍ବରୁ ଇସ୍ତଫା ଦେଇଛନ୍ତି ମମତା। ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ପଠାଇଛନ୍ତି।

ଏପ୍ରିଲ ୨୦୨୦ରେ ରାଜ୍ୟସଭା ଯାଇଥିଲେ ମମତା। କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ଆଜି ମମତା ଇସ୍ତାଫା ଦେଇଛନ୍ତି। କୁଡୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା। ମମତାଙ୍କ ଇସ୍ତଫା ନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ସୂଚନା। ସେପଟେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଏଭଳି ଅଚାନକ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ତାଙ୍କ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ କାହିଁକି ଇସ୍ତଫା ଦେଲେ ? ତାଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ? ତାକୁ ନେଇ ଏବେ ଉତ୍କଣ୍ଠା ବଢିବାରେ ଲାଗିଛି। ସେପଟେ ଇସ୍ତଫା ଦେବା ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ମମତା।

ମମତା ରାଜ୍ୟ ସଭାରୁ ଇସ୍ତଫା ଦେବା ସହିତ ବିଜୁ ଜନତା ଦଳରୁ ମଧ୍ୟ ସେ ଇସ୍ତଫା ଦେଇଛନ୍ତି। ବିଜେଡିରୁ ଇସ୍ତଫା ଦେଇଥିବା ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ନିଜର ଇସ୍ତଫା ପତ୍ରରେ ସେ କହିଛନ୍ତି, ”ମୁଁ ଆଜି ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି। ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ଇସ୍ତଫା ପତ୍ର ପଠାଇ ଦେଇଛି। ମୋତେ ଜିଲା ପରିଷଦର ସଦସ୍ୟ ଓ ରାଜ୍ୟ ସଭାର ସଦସ୍ୟ ଭାବେ ସେ ମନୋନୀତ କରି ମୋର ଜିଲା ମୟୂରଭଞ୍ଜ ଓ ରାଜ୍ୟର ସେବା କରିବା ପାଇଁ ସୁଯୋଗ ଦେଇଥିଲେ। ଆଜି ମୋର ସେବାର ଆବଶ୍ୟକତା ସେ ଦଳ ଅନୁଭବ କରୁନାହିଁ। ମୁଁ ଯେହେତୁ ଲୋକଙ୍କ ନେତା ଏବଂ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ, ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲି ନାହିଁ । ସେଥିପାଇଁ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଏବଂ ରାଜ୍ୟ ସଭା ସଭ୍ୟ ପଦରୁ ଇସ୍ତଫା ଦେଲି।”

୨୦୨୦ ମସିହାରେ ଓଡ଼ିଶାରେ ୪ ଗୋଟି ରାଜ୍ୟ ସଭା ଆସନ ପାଇଁ ହୋଇଥିବା ନିର୍ବାଚନରେ ସେ ଚାରିଜଣ ପ୍ରାର୍ଥୀଙ୍କ ମଧ୍ୟରୁ ରଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ। ରାଜନୀତିର ଆରମ୍ଭରୁ ମମତା ତୃଣମୂଳ ସ୍ତରରେ କାର୍ଯ୍ୟ କରିବା ଆରମ୍ଭ କରି ୨୦୧୨ ମସିହାରେ ବିଶୋଇ ବ୍ଲକ୍‌ର ୩୪ ନମ୍ବର ଜୋନ୍‌ରୁ ଜିଲା ପରିଷଦ ସଦସ୍ୟା ଭାବେ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ତାଙ୍କୁ ମହିଳା ମୋର୍ଚ୍ଚା ସଭାପତି କରାଯାଇଥିଲା ।

Leave A Reply

Your email address will not be published.