ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୫ ମାଓବାଦୀ

0

ଛତିଶଗଡ଼: ଛତିଶଗଡ଼ ବିଜାପୁର ଜିଲା ପୋଲିସ ନିକଟରେ ୫ ମାଓବାଦୀ ଆଜି ଆତ୍ମସମର୍ପଣ କରିଛନ୍ତିି। ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ସାଧାରଣ ଜୀବନ ଯାପନ କରିବାକୁ ସେ ଆତ୍ମସମର୍ପଣ କରିଛନ୍ତି।

ଡିଏକେଏମ୍‌ଏସ୍‌ ଅଧ୍ୟକ୍ଷ ତଥା ୧ ଲକ୍ଷ ପୁରସ୍କାର ଘୋଷିତ ମାଓବାଦୀ ମାଙ୍ଗୁ ପୋଡାମ, ପାଇକୁ ତେଲା. ମୀନା ତେଲାମ, ରାଜୁ ତେଲାମ ଓ ମଲ୍ଲେକ ପୋଡାମ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ କହିଛନ୍ତି, ମାଓବାଦୀଙ୍କ ମଧ୍ୟରେ ଭେଦଭାବ ଚାଲିଥିବାରୁ ସେଥିରେ ସେମାନେ ଅତିଷ୍ଠ ହେବା ସହ ସରକାରଙ୍କ ଶାସନ ଓ ନୀତିରେ ପ୍ରଭାବିତ ହୋଇ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ସାଧାରଣ ଲୋକଙ୍କ ଭଳି ବଞ୍ଚିବାକୁ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ବିଜାପୁର ପୋଲିସ ପକ୍ଷରୁ ୫ ଜଣଙ୍କୁ ୨୫ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବା ସହ ସରକାରଙ୍କ ଥଇଥାନ ନୀତି ଅନୁଯାୟୀ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇଦିଆଯିବ।

Leave A Reply

Your email address will not be published.