ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଆଧୁନିକୀକରଣ କରାଯିବ କ୍ୟାପିଟାଲ ହସ୍ପିଟାଲ

0

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲର ଆହୁରି ଆଧୁନିକୀକରଣ କରାଯିବ। ରୋଗୀ ମାନଙ୍କ ପାଇଁ ସମସ୍ତ ପ୍ରକାରର ସୁବିଧା ପାଇବାର ବ୍ୟବସ୍ଥା କରାଯିବ। ଏହା ସହ ହସ୍ପିଟାଲରେ ରୋଗୀ ସେବାରେ ଆହୁରି ଅଧିକ ଉନ୍ନତି ଆଣିବା ତଥା ଡାକ୍ତର ଓ ଅନ୍ୟ କର୍ମଚାରୀମାନେ ରୋଗୀମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ ହେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହସ୍ପିଟାଲ ଷ୍ଟାଫଙ୍କୁ ପରାମର୍ଶ ଦେଇଛନ୍ତି।

ଗତ କାଲି ସନ୍ଧ୍ୟାରେ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରୋଗୀମାନଙ୍କ ଯତ୍ନ କିପରି ନିଆଯାଉଛି ସେ ସମ୍ପର୍କରେ ପଚାରି ବୁଝିଲେ। ରୋଗୀ ସେବାରେ ଅଧିକ ଉନ୍ନତି ଆଣିବା ତଥା ସେମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ ହେବା ପାଇଁ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ମଧ୍ୟ ଦେଲେ । ସେ ରୋଗୀମାନଙ୍କ ସହିତ ଆଲୋଚନା କରି ସେମାନଙ୍କ ରହିବା, ଖାଇବା ଓ ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ଥିବା ସୁବିଧା ସମ୍ପର୍କରେ ପଚାରି ବୁଝିବା ସହିତ ହସ୍ପିଟାଲର ପରିମଳ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ବୁଝିଛନ୍ତି। ସ୍ଥିତି ଅନୁଧ୍ୟାନ କରିବା ପରେ ହସ୍ପିଟାଲ ଭିତ୍ତିଭୂମିର ଆହୁରି ଆଧୁନିକୀକରଣ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

କ୍ୟାପିଟାଲ ହସ୍ପିଟାଲର ଆହୁରି ଆଧୁନିକୀକରଣ କରାଯାଇ ରୋଗୀ ମାନଙ୍କ ପାଇଁ ଅଧିକ ସୁବିଧାର ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ହସ୍ପିଟାଲରେ ରୋଗୀ ସେବାରେ ଆହୁରି ଅଧିକ ଉନ୍ନତି ଆଣିବା ତଥା ଡାକ୍ତର ଓ ଅନ୍ୟ କର୍ମଚାରୀ ମାନେ ରୋଗୀ ମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ ହେବା ପାଇଁ ସେ ପରାମର୍ଶ ଦେଇଥିଲେ।

ଏହି ଅବସରରେ ହସ୍ପିଟାଲର ଅସ୍ଥାୟୀ କର୍ମଚାରୀ ମାନଙ୍କ ସହିତ ମଧ୍ୟ ଆଲୋଚନା କରି ସେମାନଙ୍କ ପ୍ରାପ୍ୟ ମଜୁରୀ ସମ୍ପର୍କରେ ବୁଝିଥିଲେ। ନୂଆ ବର୍ଦ୍ଧିତ ମଜୁରୀ ମିଳିବା ପରେ ସେମାନଙ୍କ ପ୍ରାପ୍ୟ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରୋଗୀ ସେବା ପରି ଏକ ମହାନ କାର୍ଯ୍ୟରେ ନିଷ୍ଠାର ସହିତ ଦାୟିତ୍ଵ ତୁଲାଉ ଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କର ଉଚ୍ଚ ପ୍ରଶଂସା କରିଥିଲେ। ଏହି ସମୟରେ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ପଣ୍ଡା ଉପସ୍ଥିତ ଥିଲେ।

Leave A Reply

Your email address will not be published.