ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଆଜି ରତ୍ନଚିତା ପିନ୍ଧି ଚିତ୍ତଉ ପିଠା ଖାଇବେ ମହାପ୍ରଭୁ

0

ପୁରୀ: ଆଜି ଶ୍ରାବଣ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଚିତାଲାଗି ନୀତି। ମହାପ୍ରଭୁଙ୍କୁ ହୀରା ଖଚିତ ରତ୍ନଚିତା ଲାଗି କରାଯିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା, ପ୍ରଭୁ ବଳଭଦ୍ରଙ୍କୁ ନୀଳ ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗ ନୀତି ସମ୍ପନ୍ନ ହୋଇଥାଏ। ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିଥାନ୍ତି। ଏହା ଗୁପ୍ତ ନୀତି ହୋଇଥିବାରୁ ନୀତି ସମୟରେ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଏଥିପାଇଁ ଆଜି ପ୍ରଥମେ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ଶେଷ ହେବା ପରେ ଅନ୍ୟାନ୍ୟ ନୀତି ହୋଇ ଜୟବିଜୟ ଦ୍ୱାର ବନ୍ଦ ହେବ। ଏହାପରେ ଦଇତାପତି ସେବକମାନେ ଚିତାଲାଗି ପାଇଁ ଗର୍ଭଗୃହରେ ପ୍ରବେଶ କରିବେ। ଶ୍ରୀବଳଭଦ୍ରଙ୍କ ଶ୍ରୀମୁଖରେ ସବୁଜ ରଙ୍ଗର ପାନ୍ନାଚିତା, ଶ୍ରୀଜଗନ୍ନାଥଙ୍କ ଶ୍ରୀମୁଖରେ ଉଜ୍ୱଳ ବ୍ରହ୍ମଜ୍ୟୋତି ଖଚିତ ହୀରାଚିତା, ମା’ ସୁଭଦ୍ରାଙ୍କ ଶ୍ରୀମୁଖରେ ମାଣିକ୍ୟ ଖଚିତ ଚିତା ଲାଗି କରାଯିବ। ଦଇତାମାନେ ଚିତା ଲାଗି କରି ଗର୍ଭଗୃହରୁ ଆସିଲା ପରେ ପାଳିଆ ମେକାପ ରତ୍ନସିଂହାସନ ମାର୍ଜଣା କରିବେ। ପରେ ମହାପ୍ରଭୁଙ୍କ ମହାସ୍ନାନ ହୋଇ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ମହାସ୍ନାନ, ନୂଆ ଲୁଗା ଲାଗି, ସ୍ଵତନ୍ତ୍ର ଭୋଗ ଅନୁଷ୍ଠିତ ହୋଇଥାଏ। ଏହାପରେ ସେବାୟତମାନେ ମହାପ୍ରଭୁଙ୍କୁ ବନ୍ଦାପନା କରିଥାନ୍ତି । ମହାପ୍ରଭୁଙ୍କ ପାଇଁ ଚିତ୍ତଉ ପିଠା ଭୋଗ ଲାଗି ହୋଇଥାଏ। ଏଣୁ ଆମ ରାଜ୍ୟରେ ଚିତ୍ତଉ ଅମାବାସ୍ୟାକୁ ଲୋକପର୍ବ ଭାବେ ପାଳନ କରାଯାଏ। ଘରେ ଘରେ ଚିତ୍ତଉ ପିଠା ପ୍ରସ୍ତୁତି କରାଯାଇ ଚଉରା ମୂଳେ ଅର୍ପଣ କରିବାର ବିଧି ରହିଛି।

Leave A Reply

Your email address will not be published.