ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଯୋବ୍ରା ବ୍ୟାରେଜ୍‌ରୁ ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ମହିଳା

0

କଟକ: କଟକସ୍ଥିତ ଯୋବ୍ରା ବ୍ୟାରେଜ୍‌ରୁ ଜଣେ ମହିଳା ମହାନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ମହିଳାଙ୍କ ନାଁ କାମିନୀ ସ୍ଵାଇଁ ଏବଂ ସେ କଟକ ଅରିଲୋ ଅଞ୍ଚଳର ବୋଲି ଜଣାପଡ଼ିଛି।
ସୂଚନାନୂସାରେ, ରବିବାର ଅପରାହ୍ନ ସମୟରେ କାମିନୀ ଯୋବ୍ରା ବ୍ୟାରେଜକୁ ଆସି ବ୍ରିଜ୍ ଉପରେ ନିଜ ବ୍ୟାଗ୍‌, ମୋବାଇଲ ଫୋନ୍‌, ଚପଲ ଆଦି ରଖି ମହାନଦୀକୁ ଡେଇଁ ପଡ଼ିଥିଲେ। ସେହି ସମୟରେ ନଦୀରେ ମାଛ ଧରୁଥିବା ମତ୍ସ୍ୟଜୀବୀମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ ତାହା ଅସ୍ପଷ୍ଟ।ଗତ ୫ ଦିନ ମଧ୍ୟରେ ରେ କାଠଯୋଡ଼ି ଓ ମହାନଦୀକୁ ଡେଇଁ ୪ଜଣ ଜୀବନ ହାରିସାରିଲେଣି।

Leave A Reply

Your email address will not be published.