ପ୍ରମୁଖ ଖବର

ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ
ରଥଯାତ୍ରାରେ ପୁରୀକୁ ଗଡିବ ୧୦୦୦ ବସ
ସିକ୍କିମରେ ଟୁରିଷ୍ଟ ବସ୍ ଦୁର୍ଘଟଣା: ଭାଜପା ନେତ୍ରୀ ନିଖୋଜ, ପୁଅ-ପୁତୁରା ସୁରକ୍ଷିତ
ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ
ଶପଥ ନେଲେ ସୁପ୍ରିମକୋର୍ଟର ୩ ନୂଆ ବିଚାରପତି

ନୂଆ କମିଟି ଗଠନ କଲା ବିଜୁ ଜନତା ଦଳ

0

ଭୁବନେଶ୍ବର: ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟରେ ଦଳର ବିଭିନ୍ନ କାର୍ଯ୍ୟ କଳାପର ରାଜ୍ୟସ୍ତରୀୟ ସଂଯୋଜକ କମିଟି ଗଠନ କରି ସୋମବାର ନାମ ଘୋଷଣା କରିଛନ୍ତି। ବିଭିନ୍ନ କାର୍ଯ୍ୟକ୍ରମର ପରିଚାଳନା ପାଇଁ ବିଜେଡି ୧୫ଜଣିଆ କମିଟି ଗଠନ କରିଛି। ବରିଷ୍ଠ ନେତାମାନଙ୍କୁ ନେଇ ଗଢାଯାଇଥିବା ଏହି କମିଟି ରାଜ୍ୟବ୍ୟାପୀ ବିଜୁ ଜନତା ଦଳର ବିଭିନ୍ନ କାର୍ଯ୍ୟକ୍ରମର ସମନ୍ବୟ ରକ୍ଷା ନିମନ୍ତେ କାର୍ଯ୍ୟ କରିବ ବୋଲି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି। ବିଜେଡିର ବରିଷ୍ଠ ନେତା ଦେବୀ ମିଶ୍ର କମିଟିର ଚେୟାରମ୍ୟାନ ହୋଇଛନ୍ତି।

ଏହି କମିଟିର ଅଧ୍ୟକ୍ଷ ଭାବେ ଦେବୀପ୍ରସାଦ ମିଶ୍ର ରହିଥିବାବେଳେ ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ବିକ୍ରମକେଶରୀ ଆରୁଖ, ପ୍ରତାପ କେଶରୀ ଦେବ, ପ୍ରଦୀପ କୁମାର ଅମାତ୍‌, ଅରୁଣ କୁମାର ସାହୁ, ଅଶ୍ୱିନୀ କୁମାର ପାତ୍ର, ପ୍ରତାପ ଜେନା, ଶାରଦା ପ୍ରସାଦ ନାୟକ, ସୁଦାମ ମାରାଣ୍ଡି, ମନୋହର ରନ୍ଧାରୀ, ସ୍ନେହାଙ୍ଗିନୀ ଛୁରିଆ, ମହେଶ ସାହୁ ଓ ଦେବେଶ ଆଚାର୍ଯ୍ୟ ସଦସ୍ୟ ଅଛନ୍ତି। ତେବେ ଏହି କମିଟିରେ ପ୍ରଣବପ୍ରକାଶ ଦାସ ଓରଫ ବବି ଓ ତାଙ୍କର କିଛି ଅନୁଗତଙ୍କୁ ଦୂରେଇ ରଖାଯାଇଛି। ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ , ସଞ୍ଜୟ ଦାସବର୍ମା, ଅତନୁ ସବ୍ୟସାଚୀ ନାୟକ, ଅଶୋକ ପଣ୍ଡା, ପ୍ରଫୁଲ୍ଲ ସାମଲଙ୍କ ଭଳି ନେତାମାନଙ୍କୁ ମଧ୍ୟ ଏହି କମିଟିରେ ସାମିଲ କରାଯାଇନାହିଁ।

Leave A Reply

Your email address will not be published.