ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

କୋଟିପତି ଯନ୍ତ୍ରୀ ପ୍ରଦୀପ ରଥ ଗିରଫ

0

କଟକ: ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ ବା ଓବିସିସିର କଟକ ସର୍କଲ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥ ଗିରଫ। ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ ଯାଞ୍ଚ ବେଳେ ବିପୁଳ ସମ୍ପତ୍ତି ଠାବ କଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓବିସିସି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ। ପ୍ରଦୀପ ରଥଙ୍କର ଅଚଳାଚଳ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ। ରେଡ ବେଳେ ତାଙ୍କ ଘରୁ ମିଳିଥିବା ଆଖି ତରାଟିଲା ଭଳି ସୁନା ଗହଣା ମିଳିଛି।

ପ୍ରାୟ କେଜିଏରୁ ଅଧିକ ସୁନା ଗହଣା ଓ ଅଧକିଲୋ ରୂପା ଅଳଙ୍କାର ଜବତ କରିଛି ଭିଜିଲାନ୍ସ।ଢେଙ୍କାନାଳରେ ଚଢାଉ ବେଳେ ଆଉ ତିନୋଟି ପ୍ଲଟ୍ ମିଳିଛି। ​​ଯାହାର ମୂଲ୍ୟ ପ୍ରାୟ ୧ କୋଟି ଟଙ୍କା ହେବ। ଏଥିସହ ୭୪ ଲକ୍ଷରୁ ଅଧିକ ମୂଲ୍ୟର ବୀମା ଜମା ମିଳିଛି, ଯେଉଁଥିରେ ଜମା ହୋଇଥିବା ମୋଟ ଅର୍ଥ ୧.୬୨ କୋଟିରୁ ଅଧିକ ଅଟେ। ଏଥିପୂର୍ବରୁ କୋଟିଏ ୩୮ ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍ ମଧ୍ୟ ମିଳିଛି। ସେହିପରି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଗତକାଲି ୪୨ଟି ପ୍ଲଟ୍ ଠାବ ହୋଇଥିଲା। ଯେଉଁଥିରୁ କେବଳ ଯାଜପୁରରେ ରହିଛି ୩୨ଟି। ଭୁବନେଶ୍ବରରେ ବିଳାସପୂର୍ଣ୍ଣ ବଙ୍ଗଳା ଓ ୨ଟି ଫ୍ଲାଟ୍ ଥିବା ବେଳେ ଭଦ୍ରକରେ ୩ ମହଲା କୋଠା ରହିଛି।

ରେଡ ବେଳେ ତାଙ୍କ ଘରୁ କେଜିଏରୁ ଅଧିକ ସୁନା ଗହଣା ଓ ଅଧକିଲୋ ରୂପା ଅଳଙ୍କାର ଜବତ କରିଛି ଭିଜିଲାନ୍ସ। ଏହା ବ୍ୟତୀତ ବାବୁଙ୍କର କ୍ରସର ୟୁନିଟ୍, ୨ଟି ଜେସିବି, ଗୋଟିଏ ଏକ୍ସକାଭେଟର, ୨ଟି ଚାରି ଚକିଆ ଗାଡି, ଗୋଟିଏ ମେଡିକାଲ ଷ୍ଟୋର ବି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଭିଜିଲାନ୍ସ ଟିମ୍ ପ୍ରଦୀପଙ୍କ ଘର, ପୈତୃକ ଘର ଓ ଅଫିସ୍ ସମେତ ୧୨ଟି ଠିକଣାରେ ଏକାସଙ୍ଗେ ପଞ୍ଝା ମାରିଥିଲା। ଆଜି ତାଙ୍କୁ ଗରିଫ କରି କୋର୍ଟ ଚାଲାଣ କରାଯାଇଛି। ସୂଚନା ଥାଉକି ଗତ ସପ୍ତାହ ଭିତରେ ୧୦ରୁ ଅଧିକ ସରକାରୀ ଅଧିକାରୀ ଭିଜିଲାନ୍ସ ଜାଲରେ ପଡିଲେଣି।

ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସ ଟିମ ପକ୍ଷରୁ ଚଢ଼ାଉ କରାଯାଇଥିଲା। ବାରବାଟୀ ଷ୍ଟାଡିୟମରେ ଥିବା ତାଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚଢ଼ାଉ କରାଯାଇଥିଲା। ଭଦ୍ରକର ଆଗରପଡ଼ାରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ବର ନୟାପଲ୍ଲୀରେ ପ୍ରଦୀପ କୁମାର ରଥଙ୍କ ପୁଅଙ୍କ ଔଷଧ ଦୋକାନରେ ବି ଚଢ଼ାଉ ହୋଇଥିଲା।

Leave A Reply

Your email address will not be published.