ପ୍ରମୁଖ ଖବର

ଅହମଦାବାଦ ରଥଯାତ୍ରା ପାଇଁ ୩୧ ହଜାରରୁ ଅଧିକ ପୋଲିସ ମୁତୟନ
ତାଜ ହୋଟେଲକୁ ବୋମା ଧମକ, ତଲାସି ପରେ ଗୁଜବ ବୋଲି ସ୍ପଷ୍ଟ
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା, ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗ
କଣ୍ଡକ୍ଟରଙ୍କୁ ଆକ୍ରମଣ ଘଟଣା: ଆଜିଠାରୁ ଉଦଳାରୁ ସମସ୍ତ ରୁଟ୍‌କୁ ବସ ବନ୍ଦ

ହିମାଚଳରେ ବାଦଲ ଫଟା ବର୍ଷା

0

ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା ହୋଇ ୧୪ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ଜଣ ନିଖୋଜ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସାମେଜ ଏବଂ ବାଗି ବ୍ରିଜ୍‌ ଅଞ୍ଚଳରେ ପ୍ରବଳ ବର୍ଷା ହେବାରୁ ଅନେକ ଲୋକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୧୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ୧୦ ଜଣ ନିଖୋଜ ଅଛନ୍ତି। ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି।

ସୂଚନା ଅନୁସାରେ, ବୁଧବାର ବିଳମ୍ବିତ ରାତିରେ ହିମାଚଳ ପ୍ରଦେଶର ଶ୍ରୀଖଣ୍ଡ ନିକଟରେ ବାଦଲଫଟା ବର୍ଷା ହୋଇଛି। ସମେଜ ଓ ବେଗି ବ୍ରିଜ୍‌ ନିକଟରେ ପ୍ରବଳ ବର୍ଷା ଯୋଗୁ ପାଖାପାଖି ୪୫ରୁ ଅଧିକ ଲୋକ ଭାସି ଯାଇଛନ୍ତି। ଏମାନଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଅନେକ ଏବେବି ନିଖୋଜ ଅଛନ୍ତି। ଉଦ୍ଧାର କାର୍ଯ୍ୟରେ ଯେପରି ବିଳମ୍ବ ନହେବା ସେଥିପାଇଁ ହିମାଚଳ ପ୍ରଦେଶକୁ ଏନଡିଆରଏଫ ଟିମ୍‌ ପଠାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ହିମାଚଳ ପ୍ରଦେଶର ମଣ୍ଡି ଜିଲ୍ଲାର ଯୋଗୀନ୍ଦର ନଗରରେ ସର୍ବାଧିକ ୧୧୦ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଆଗକୁ ଆହୁରି ପ୍ରବଳ ବର୍ଷା ସମ୍ଭାବନା ଥିବା ଯୋଗୁଁ ବିଭିନ୍ନ ଅଞ୍ଚଳ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.