ବିହାର: ବିହାର ଜେହନାବାଦ ଜିଲ୍ଲାର ଏକ ମନ୍ଦିରରେ ଦଳାଚକଟା ହେବା ଫଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ବିହାରର ଜେହାନାବାଦରେ ଶ୍ରାବଣ ମାସ ଶେଷ ସୋମବାରରେ ଏକ ବଡ଼ ଅଘଟଣ ଘଟିଛି। ଭକ୍ତଙ୍କ ମଧ୍ୟରେ ଦଳାଚକଟାରେ ଅନେକଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏଥିରେ ୩ ମହିଳା ଅଛନ୍ତି। ଏହାସହ ୧୨ରୁ ୧୫ ଜଣ ଆହତ ହୋଇଛନ୍ତି। ୱାନୱାର୍ ସିଦ୍ଧେଶ୍ୱର ଧାମଙ୍କ ଭକ୍ତଙ୍କ ଭିଡ଼ରେ ଏହି ଘଟଣା ଘଟିଛି।ସୋମବାର ସକାଳେ ସୂର୍ଯ୍ୟୋଦୟ ସମୟରେ ଏହି ଦୁର୍ଘଟଣା ଘଟିଛି। ମନ୍ଦିର ପରିସରରେ ନିୟୋଜିତ ପୋଲିସ ଓ ସ୍ବେଚ୍ଛାସେବୀମାନଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଆହତମାନଙ୍କୁ ଡାକ୍ତରଖାନା ନିଆଯାଉଛି। ଜେହାନାବାଦ ଏସ୍ଏଚ୍ଓ ଦିୱାକର କୁମାର ବିଶ୍ୱକର୍ମା କହିଛନ୍ତି, ଦୁର୍ଘଟଣା ପରେ ଡିଏମ ଏବଂ ଏସପି ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସେ ପରିସ୍ଥିତିକୁ ଅନୁଧ୍ୟାନ କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ୭ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆମେ ମୃତ ଓ ଆହତ ଲୋକଙ୍କ ପରିବାରକୁ ଭେଟି ପଚରାଉଚରା କରୁଛୁ। ଯେଉଁମାନଙ୍କ ମୃତ୍ୟୁ ଘଟିଛି ସେମାନଙ୍କୁ ଚିହ୍ନଟ କରିବାକୁ ଚେଷ୍ଟା କରୁଛନ୍ତି। ଏହା ପରେ ଆମେ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯିବ।
ପ୍ରମୁଖ ଖବର
ଜବତ ହେଲା ଦୁର୍ଘଟଣାଘଟାଇଥିବା ଥର୍
ରାଜଧାନୀରେ ବଧୂହତ୍ୟା ଅଭିଯୋଗ, ସ୍ଵାମୀ ଗିରଫ
ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ଗିରଫ
୩ ଦିନିଆ ଓଡିଶା ଗସ୍ତରେ ଆସିବେ ମୋହନ ଭାଗବତ
ଚନ୍ଦ୍ରଭାଗାରେ ଗାଧୋଇବା ବେଳେ ଅଘଟଣ, ସମୁଦ୍ରରେ ବୁଡି ୩ ମୃତ
ଶହୀଦ ଲକ୍ଷ୍ମଣ ନାୟକ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ