କଟକ: କଟକ କାଫଲା ଫାଣ୍ଡି ଅଞ୍ଚଳରେ ଅଲିସା ବଜାରରେ ଥିବା ଏକ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ଅଲିସା ବଜାର ଅଞ୍ଚଳର ଅନି (୨୪) ବୋଲି ଜଣାପଡିଛି। ହେଲେ କେଉଁ ପରିସ୍ଥିତିରେ ଯୁବକ ଜଣକ ପାଣିରେ ବୁଡିଗଲେ ତାହା ଜଣାପଡି ନାହିଁ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିଥିଲେ। ଦୀର୍ଘ ସମୟ ଖୋଜାଖୋଜି ପରେ ପୋଲିସ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଯୁବକଙ୍କ ମୃତ୍ୟୁକୁ ନେଇ ପରିବାରରେ ଶୋକର ଛାୟା ଖେଳି ଯାଇଛି।
ପ୍ରମୁଖ ଖବର
ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି