ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନ ଖାରଜ

0

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନକୁ ଅଗ୍ରାହ୍ୟ କରିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ସୁପ୍ରିମକୋର୍ଟ ସିବିଆଇର ଉତ୍ତର ଚାହିଁବା ସହ ମାମଲାର ଶୁଣାଣିକୁ ଆସନ୍ତା ଅଗଷ୍ଟ ୨୩ ଯାଏ ସ୍ଥଗିତ ରଖିଛନ୍ତି। ସୁପ୍ରିମକୋର୍ଟ ଖଣ୍ଡପୀଠ ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଉଜ୍ବଳ ଭୂୟାଁଙ୍କ ଖଣ୍ଡପୀଠ ନିକଟରେ କେଜରିୱାଲଙ୍କ ଓକିଲ ଅଭିଷେକ ମନୁ ସିଂଘଭି କହିଛନ୍ତି କେଜରିୱାଲଙ୍କୁ ଜାମିନ ନ ମିଳିବା ଦୁର୍ଭାଗ୍ୟଜନକ ।

ଉଲ୍ଲେଖଯୋଗ୍ୟ, ଗତ ଅଗଷ୍ଟ ୫ରେ କେଜରିୱାଲଙ୍କ ଗିରଫକୁ ଯଥାର୍ଥ ଦର୍ଶାଇଥିଲେ ଦିଲ୍ଲୀ ହାଇକୋର୍ଟ। ଗତ ୨୧ ମାର୍ଚ୍ଚରେ ମଦ ଦୁର୍ନୀତି ମାମଲାରେ କେଜରିୱାଲଙ୍କୁ ଇଡି ଗିରଫ କରିଥିଲା। ମେ ୧୦ରେ ତାଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିବା ପରେ ଜୁନ ୨ରେ ସରେଣ୍ଡର କରିଥିଲେ। ପରେ ଜୁନ ୨୦ରେ ରାଉସ ଆଭେନ୍ଯୁ କୋର୍ଟ ଜାମିନ ଦେଇଥିଲେ ବି ହାଇକୋର୍ଟ ତାଙ୍କ ଜାମିନକୁ ରଦ୍ଦ କରିଥିଲେ। ।କେଜରିୱାଲଙ୍କ ପକ୍ଷରୁ କୋର୍ଟରେ ହାଜର ହୋଇଥିବା ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଘବି ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ଅନୁରୋଧ କରିଥିଲେ। ଏହା ଉପରେ କୋର୍ଟ କହିଛନ୍ତି, ଆମେ କୌଣସି ମଧ୍ୟବର୍ତ୍ତୀକାଳୀନ ଜାମିନ ଦେଇ ପାରିବୁ ନାହିଁ।

Leave A Reply

Your email address will not be published.