ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ମଉଳିଲା ଭିନେଶଙ୍କ ମେଡାଲ ଆଶା

0

ନ୍ୟୁଜ୍ ବ୍ୟୁରୋ: ମଉଳିଲା ମେଡାଲ ଆଶା। ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ଫାଇନାଲରୁ ଅଯୋଗ୍ୟ ଘୋଷଣା ପରେ ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରୌପ୍ୟ ପଦକ ପାଇଁ ଶୁଣାଣି ହେବାର ଥିଲା। ଅଧୁରା ରହିଲା ବିନେଶ ଫୋଗଟଙ୍କ ରୌପ୍ୟ ପଦକ ସ୍ବପ୍ନ। ଶେଷ ପ୍ରୟାସ ଓ ଆଶା ମଧ୍ୟ ବ୍ୟର୍ଥ ଯାଇଛି। ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗାଟଙ୍କ ଆବେଦନକୁ କୋର୍ଟ ଅଫ୍ ଆର୍ବିଟ୍ରେସନ୍ ଫର୍ ସ୍ପୋର୍ଟ (ସିଏଏସ୍‌) ଖାରଜ କରିଛନ୍ତି।

ବର୍ତ୍ତମାନ ସେ ଆଉ ରୌପ୍ୟ ପଦକ ପାଇବେ ନାହିଁ। ପ୍ୟାରିସ ଅଲିମ୍ପିକ୍ସରେ ଯୁଗ୍ମ ରୌପ୍ୟ ପଦକ ପାଇଁ ସେ କରିଥିବା ଆବେଦନକୁ କୋର୍ଟ ଅଫ୍ ଆର୍ବିଟ୍ରେସନ୍ ଫର୍ ସ୍ପୋର୍ଟ-CAS ବା କାସ ଅଗ୍ରାହ୍ୟ କରି ଦେଇଥିବା ଜଣାପଡ଼ିଛି। ରିପୋର୍ଟ ଅନୁସାରେ କାସ ରାୟର ଅପରେଟିଭ ଅଂଶ ପ୍ରକାଶ ପାଇଛି। ଏଥିରେ ଭିନେଶଙ୍କ ଆବେଦନକୁ ଅଗ୍ରାହ୍ୟ କରାଯାଇଥିବା ସମ୍ପର୍କରେ ଉଲ୍ଲେଖ ରହିଛି। ସେହିପରି ରାୟର ବିସ୍ତୃତ କପି ଖୁବଶୀଘ୍ର ପ୍ରକାଶ ପାଇବ ବୋଲି କୁହାଯାଇଛି।

ଫାଇନାଲ୍ ମ୍ୟାଚ୍ ଦିନ ଭିନେଶ ଫୋଗାଟଙ୍କ ଓଜନ ନିର୍ଦ୍ଧାରିତ ୫୦ କିଲୋଗ୍ରାମଠାରୁ ୧୦୦ଗ୍ରାମ ଅଧିକ ବୋଲି ଜଣାପଡିଥିଲା। ଯେଉଁଥିପାଇଁ ସେ ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ହୋଇଥିଲେ। ଏହି ପରିପ୍ରେକ୍ଷୀରେ ତାଙ୍କୁ ରୌପ୍ୟ ପଦକ ପ୍ରଦାନ କରିବାକୁ ଆବେଦନ କରାଯାଇଥିଲା, ଯାହା ଅଗଷ୍ଟ ୧୬ରେ ଘୋଷଣା କରାଯିବାର ଥିଲା, କିନ୍ତୁ ଏହା ପୂର୍ବରୁ ସିଏଏସ୍ ତାଙ୍କ ଆବେଦନକୁ ଖାରଜ କରିଛନ୍ତି।

Leave A Reply

Your email address will not be published.