ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ସ୍ୱାଧୀନତା ଦିବସରେ ହଜାରେ କୋଟିର ହକି ଷ୍ଟାଡିଅମ ନିର୍ମାଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆଜି ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି।

ଏହି ସମୟରେ ସେ ହକି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି।ହକି ଦଳକୁ ଶୁଭେଚ୍ଛା ଜଣାଇବା ସହ ସେ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ହକି ପାଇଁ ହଜାରେ କୋଟି ବ୍ୟୟରେ ୧୨୦ ଏକର ଜମିରେ ହକି ଷ୍ଟାଡିଅମ ନିର୍ମାଣ ହେବ। ଏଥିସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ। ବଡ଼ ସ୍ୱପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି। ଶ୍ରୀମନ୍ଦିର ୪ଦ୍ୱାର ଖୋଲିଛୁ, ୬୦ଦିନରେ ଓଡ଼ିଆ ଅସ୍ମିତା ପାଣ୍ଠି କରିଛୁ। ଏଥିସହ ଧାନ କ୍ବିଣ୍ଟାଲ ୩୧ଶହ ଟଙ୍କା କରିବା ସହ ସେପ୍ଟେମ୍ବର ୧୭ରୁ ସୁଭଦ୍ରା ଯୋଜନା ଲାଗୁ କରିବୁ। ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ କରିବା ସହ ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବା ପାଇଁ କାମ ଆରମ୍ଭ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.