ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଜିଏସଟି କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍

0

କଟକ: ଜିଏସଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍। ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ରେଡ୍‌ କରିଥିବା ସୂଚନା ମିଳିଛି। ଜଣେ ଡିଲର୍‌ ଠାରୁ ଜବତ ସ୍କ୍ରାପ୍‌କୁ ଅନ୍ୟତ୍ର ବିକ୍ରି କରିଥିବା ଅଭିଯୋଗ ହୋଇଛି। ପ୍ରାୟ ୫.୮୫ ଲକ୍ଷ ରାଜସ୍ୱ ହେରଫେର କରିଥିବା ଜଣାପଡ଼ିବାରୁ ରେଡ୍‌ ହୋଇଛି। ଭୁବନେଶ୍ୱର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।

ସୂଚନାଯୋଗ୍ୟ, ଜଣେ ଡିଲରଙ୍କ ଠାରୁ ଜବତ ହୋଇଥିବା ସ୍କ୍ରାପକୁ ବିନୟ ଅନ୍ୟତ୍ର ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି। ଯାହାଦ୍ଵାରା ସରକାରଙ୍କର ପ୍ରାୟ ୫ କୋଟି ୮୫ ଲକ୍ଷ ଟଙ୍କାର ରାଜସ୍ଵ ହାନି ଘଟିଥିବା ଖବର ଆସିବା ପରେ ଭିଜିଲାନ୍ସ ପକ୍ଷରୁ ଏହି ଚଢାଉ କରାଯାଇଛି। ବିନୟ ଭୂଷଣଙ୍କର ଭୁବନେଶ୍ୱର ୟୁନିଟ ୨ରେ ଥିବା କ୍ୱାର୍ଟର୍ସ ଓ ଖୋର୍ଦ୍ଧାରେ ଥିବା ପୈତୃକ ଘର ସମେତ ୫ଟି ସ୍ଥାନରେ ଚଢାଉ ଚାଲିଛି। କଟକ ଭିଜିଲାନ୍ସ ଡିଭଜନ ପକ୍ଷରୁ ଏହି ଚଢାଉ କରାଯାଇଛି। ଏହି ସମୟରେ ବିଭିନ୍ନ କମ୍ପାନୀର କିଛି ଡକ୍ୟୁମେଣ୍ଟ ଓ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଛି।

Leave A Reply

Your email address will not be published.