ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ମଝି ଚିଲିକାରେ ଫସିଲା ଯାତ୍ରୀବାହି ଡଙ୍ଗା

0

ବ୍ରହ୍ମଗିରି: ପୁଣି ଚିଲିକା ହ୍ରଦ ମଝିରେ ଫସିଲା ଯାତ୍ରୀବାହି ଡଙ୍ଗା। ପୁରୀ ଜିଲା କୃଷ୍ଣପ୍ରସାଦ ନିକଟ ମଝି ଚିଲିକାରେ ଏକ ଯାତ୍ରୀବାହୀ ଡଙ୍ଗା ରବିବାର ଫସିଯାଇଛି। ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମହିଁସା ନିକଟରେ ଅଟକି ରହିଛି। ଉକ୍ତ ଡଙ୍ଗାରେ ୪୦ରୁ ଉଦ୍ଧର୍‌ବ ଯାତ୍ରୀ ଥିବା ବେଳେ ପ୍ରାୟ ୨୦ଟି ବାଇକ୍‌ ରହିଛି। ଡଙ୍ଗାଟି ଜହ୍ନିକୁଦାରୁ ସାତପଡ଼ା ଯାଉଥିବା ସମୟରେ ଚିଲିକା ମଝିରେ ଅଟକି ଯାଇଥିଲା। ଘଣ୍ଟାଏ ହେବ ଉକ୍ତ ଡଙ୍ଗାଟି ଫସି ରହିଥିବା ଜଣାପଡ଼ିଛି। ସକାଳୁ ଡଙ୍ଗାଟି ଜହ୍ନିକୁଦା ଘାଟ ନିକଟରୁ ଯାତ୍ରା ଆରମ୍ଭ କରିଥିଲା। କିଛି ବାଟ ଯିବା ପରେ ହଠାତ୍ ଡଙ୍ଗାଟିର ଇଞ୍ଜିନ୍ ଖରାପ୍ ହୋଇଯାଇଥିଲା। ଫଳରେ ମଝି ଚିଲିକାରେ ଡଙ୍ଗାଟି ଅଟକି ରହିଛି। ଯାତ୍ରୀମାନେ ହନ୍ତସନ୍ତ ହେଉଥିବାବେଳେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ସୂଚନା ଥାଉକି ସାତପଡ଼ାରୁ ଜହ୍ନିକୁଦାକୁ ଦୀର୍ଘ ୫ କିଲୋମିଟର ଜଳ ପଥ ରହିଛି। ଯେଉଁ ଜଳପଥ ଦେଇ ଦୈନିକ ଡଙ୍ଗା ଯାତାୟାତ କରନ୍ତି ପୁରୀ ଜିଲା କୃଷ୍ଣ ପ୍ରସାଦ ବ୍ଳକର ୧୪ଟି ପଞ୍ଚାୟତର ବାସିନ୍ଦା। ତେବେ ଏଥିପାଇଁ ଲୋକେ ବହୁତ ଅସୁବିଧାର ସମ୍ମୁଖିନ ହେଉଥିବା ଅଭିଯୋଗ କରାଯାଇଛି। ତେବେ ଚିଲିକାର ସାତପଡ଼ାରୁ ଜହ୍ନିକୁଦା ଯାଏ ଚିଲିକାରେ ଏକ ବ୍ରିଜ ନିର୍ମାଣ ପାଇଁ ଦୀର୍ଘ ଦିନ ହେବ ଦାବି ହୋଇ ଆସୁଛି। ହେଲେ ଏଠାରେ ଲୋକଙ୍କ ସୁରକ୍ଷା ବିଷୟରେ ସତେ ଯେମତି ସରକାର ଭୁଲିଯାଇଛନ୍ତି। ପ୍ରକାଶ ଥାଉ କି ପୂର୍ବରୁ ଅନେକ ଥର ଯାତ୍ରୀ ବାହି ଡଙ୍ଗା ଫସିଥିବାର ମଧ୍ୟ ନଜରେ ରହିଛି।

Leave A Reply

Your email address will not be published.