ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ଉତ୍ତରପ୍ରଦେଶରେ ବସ୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ମୁହାଁମୁହିଁ ୧୦ ମୃତ,୩୭ରୁ ଉର୍ଦ୍ଧ୍ବ ଆହତ

0

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା, ବସ୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ମୁହାଁମୁହିଁ ଧକ୍କାରେ ଚାଲିଗଲା ୧୦ ଜୀବନ।ଏହି ଦୁର୍ଘଟଣାରେ ୩୭ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛି।

ସୂଚନା ଅନୁଯାୟୀ, ଉତ୍ତରପ୍ରଦେଶ ବୁଲନ୍ଦଶହର ଜିଲ୍ଲାର ସଲେମପୁର ଥାନା ନିକଟରେ ବସ୍ ସହ ପିକଅପ ଭ୍ୟାନ୍ ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣଙ୍କ ମୃତ୍ୟୁ ହୋଇଛି ।ଘଟଣାସ୍ଥଳରେ ପୋଲିସ ଆହତ ମାନଙ୍କୁ ଗ୍ରାମବାସୀଙ୍କ ସହଯୋଗରେ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରିଛନ୍ତି । ଅନ୍ୟପଟେ ମୃତକଙ୍କ ଶବକୁ ପୋଷ୍ଟମୋର୍ଟମ ପାଇଁ ପଠାଇ ଦିଆଯାଇଛି। ଦୁର୍ଘଟଣା ଖବର ଶୁଣି ମୃତକ ଏବଂ ଆହତଙ୍କ ସମ୍ପର୍କୀୟ ଘଟଣାସ୍ଥଳରେ ପହଞ୍ଚିଥିଲେ।

ତେବେ କ୍ରୋଧିତ ଲୋକମାନେ ରାସ୍ତା ଅବରୋଧ କରିଥିଲେ। ପରେ ପୋଲିସ ସେମାନଙ୍କୁ କୌଣସି ପ୍ରକାର ବୁଝାସୁଝା କରି ଶାନ୍ତ କରିବା ସହ ଟ୍ରାଫିକ ଜାମ୍ ହଟାଇଥିଲେ। ପିକ୍‌ଅପ୍‌ ଭ୍ୟାନ୍‌ରେ ୨୦ରୁ ୨୨ ଲୋକେ ବସି ରାକ୍ଷୀ ପୂର୍ଣ୍ଣିମା ପାଳନ କରିବା ପାଇଁ ଆଲିଗଡ ଯାଉଥିଲେ। ଏତିକି ବେଳେ ଶିକରାପୁରରୁ ଏକ ଘରୋଇ ବସ୍‌ ଦ୍ରୁତ ଗତିରେ ଆସି ସାମ୍ନା ପଟୁ ପିକ୍‌ଅପ୍‌ ଭ୍ୟାନ୍‌କୁ ଧକ୍କା ଦେଇଥିଲା। ଫଳରେ ନିୟନ୍ତ୍ରଣ ହରାଇ ପିକ୍‌ଅପ୍‌ ଭ୍ୟାନ୍‌ଟି ଚାଷ ଜମିକୁ ଓଲଟି ପଡିଥିଲା।

Leave A Reply

Your email address will not be published.