ଭୁବନେଶ୍ବର: ଆସୁଛି ପ୍ରଥମପୂଜ୍ୟ ଶ୍ରୀଗଣେଶଙ୍କ ପୂଜା ଏନେଇ କାରିଗରମାନେ ମୂର୍ତ୍ତି ନିର୍ମାଣ କାମ ଆରମ୍ଭ କରିଦେଇଛନ୍ତି। ହେଲେ ଚଳିତ ପୂଜାରେ ଗଣେଶ ମୂର୍ତ୍ତି ଯେପରି ବିକୃତ ନ ହୁଏ, ସେଥିପ୍ରତି ଗୁରୁତ୍ୱ ଦିଆଯିବ। ବିକୃତ ମୂର୍ତ୍ତି ନିର୍ମାଣ ଓ ପୂଜା ନଜରକୁ ଆସିଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ପୋଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି।
ଆସୁଛି ଅଗ୍ର ପୂଜ୍ୟ, ବିଘ୍ନ ବିନାଶକ ଗଜାନନଙ୍କ ପୂଜା। ଗଣେଶ ପୂଜାରେ କେହି ମାଗିବେନି ଚାନ୍ଦା। ଚାନ୍ଦା ମାଗିଲେ ବନ୍ଧାହେବେ ପୂଜା କମିଟି ସଦସ୍ୟ। ଏଥର ଗଣେଶ ପୂଜାରେ ବାଜିବନି ଡିଜେ। ଉଭୟ ମେଲୋଡି, ଭସାଣିରେ ବନ୍ଦ ହେଲା ଡିଜେ। ଶୋଭାଯାତ୍ରା ସମୟରେ ଡିଜେ ବଦଳରେ ପାରମ୍ପାରିକ ବାଦ୍ୟଯନ୍ତ୍ର ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ପୂଜାକୁ କିଭଳି ନିଶାମୁକ୍ତ କରାଯିବ ସେ ନେଇ ଆଲୋଚନା କରିଛନ୍ତି ଡିସିପି।
୭ ରେ ପୂଜା ପରେ ୮, ୧୧ ଓ ୧୨ ତାରିଖରେ ଭସାଣ ପାଇଁ ସ୍ଥିର କରାଯାଇଛି। ସେହିଭଳି ଭସାଣ ଶୋଭାଯାତ୍ରା ପୂର୍ବରୁ ପୋଲିସ ଅନୁମତି ନିହାତି ଜରୁରୀ। ଟ୍ରାଫିକ ମ୍ୟାନେଜମେଣ୍ଟ ବା ଅଧିକ ଭିଡ ନିୟନ୍ତ୍ରଣ ପାଇଁ ଅଧିକ ଫୋର୍ସ ମୁତୟନ ରହିବେ। ସିସିଟିଭି ନଜରରେ ରହିବ ସାରା ସହର। କ୍ରାଉଡ ମ୍ୟାନେଜମେଣ୍ଟ ପାଇଁ ପବ୍ଲିକ ଭଲ୍ୟୁଣ୍ଟର ମଧ୍ୟ ନିୟୋଜିତ କରିବେ ପୂଜା କମିଟି।
ପ୍ରମୁଖ ଖବର
ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’