ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ବଢିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଟଙ୍କା

0

ଭୁବେଶ୍ବର: ବୃଦ୍ଧି ହେବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନୁଦାନ ରାଶି । ଏନେଇ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି ପିଏମ୍ ଆବାସ ଯୋଜନା ରାଶି ଅନୁଦାନ ୧ ଲକ୍ଷ ୨୦ ହଜାରରୁ ବଢ଼ି ୧ ଲକ୍ଷ ୮୦ ହଜାର ହେବ । ଖୁବଶୀଘ୍ର ଏଥିପାଇଁ ସମ୍ପୂର୍ଣ୍ଣ ଗାଇଡଲାଇନ ଆସିବ । ପାଣି, ଶୌଚାଳୟ, ବିଜୁଳି, ସବୁ ଆବାସକୁ ଯୋଗାଇ ଦିଆଯିବ।

ଶୌଚାଳୟ ନିର୍ମାଣ ଅନୁଦାନ ବି ବୃଦ୍ଧି କରାଯିବ। ଶୌଚାଳୟ ପାଇଁ ପୂର୍ବରୁ ୧୨ ହଜାର ଟଙ୍କା ଦିଆଯାଉଥିଲା ବର୍ତ୍ତମାନ ତାକୁ ୨୦ ହଜାର ଟଙ୍କା ଦିଆଯିବା ପାଇଁ ବ୍ୟବସ୍ଥା କରାଯାଇଛି । ବାତ୍ୟା, ବନ୍ୟା କି ହାତୀ ଘର ନଷ୍ଟ କଲେ ଅନ୍ତ୍ୟୋଦୟ ଯୋଜନା ମିଳିବ। ବିଭିନ୍ନ କାରଣରୁ ଘର ପୋଡ଼ିଯିବା ଲୋକଙ୍କୁ ବି ଅନ୍ତ୍ୟୋଦୟ ଗୃହ ମିଳିବ। ପୂର୍ବରୁ ଏହିସବୁ କ୍ଷତିଗ୍ରସ୍ତ ଲୋକଙ୍କ ପାଇଁ କୌଣସି ଯୋଜନା ନଥିଲା। ଭାଜପା ସରକାର ନୂଆ ଯୋଜନା ଆଣିଛନ୍ତି, ଖୁବଶୀଘ୍ର ଏହା କାର୍ଯ୍ୟକାରୀ ହେବ ବୋଲି କହିଛନ୍ତି ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ।

ସେ ଆଉ ମଧ୍ୟ କହିଛନ୍ତି, ପୂର୍ବ ସରକାର ମୋ ଘର ଯୋଜନା କେବଳ ନିର୍ବାଚନ ପାଇଁ ଲାଗୁ କରିଥିଲେ। ଏହି ଯୋଜନାରେ କୌଣସି ଲୋକ ଉପକୃତ ହୋଇ ନାହାନ୍ତି। ଯୋଜନାର କୌଣସି ନିର୍ଦ୍ଦିଷ୍ଟ ଗାଇଡ ଲାଇନ ନାହିଁ।

Leave A Reply

Your email address will not be published.