ନୂଆଦିଲ୍ଲୀ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ୍ ପୁଣି ଅସୁସ୍ଥ। ସୋମବାର ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍ସର ନ୍ୟୁ ପ୍ରାଇଭେଟ୍ ୱାର୍ଡରେ ଭର୍ତ୍ତି ହୋଇଛନ୍ତି । ଗତ ୧୧ରେ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ ଜୁଏଲ୍। ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋନହଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଛନ୍ତି। ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିତର ଥିବା ଡାକ୍ତର କହିଛନ୍ତି।
ସୂଚନା ଅନୁଯାୟୀ, ଗତ ଶନିବାର ଜୁଏଲଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଥିଲା। ବହୁ ଦିନ ଧରି ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଅସୁସ୍ଥ ରହୁଥିଲେ। ଗତକାଲିକାଲି ଜୁଏଲଙ୍କ ପୈତୃକ ଗ୍ରାମ କେନ୍ଦୁଡ଼ିହିରେ ତାଙ୍କର ଶେଷ କୃତ୍ୟ ସମ୍ପର୍ଣ୍ଣ ହୋଇଥିଲା।
ଡେଙ୍ଗୁରେ ଆକ୍ରାନ୍ତ ହୋଇ ସାମାନ୍ୟ ସୁସ୍ଥତା ପରେ ଜୁଏଲ ପତ୍ନୀଙ୍କ ଶେଷ କ୍ରିୟା ପାଇଁ ଗାଁକୁ ଆସିଥିଲେ। ସୋମବାର ରାତିରେ ସେ ଦିଲ୍ଲୀ ଯାଉଥିବା ବେଳେ ପୁଣିଥରେ ଅସୁସ୍ଥ ଅନୁଭବ କରିବାରୁ ଏୟାରପୋର୍ଟରୁ ସିଧାସଳଖ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲିଥିବା ଜଣାପଡିଛି।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା