ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ବଦଳିଲା+୨ ଢାଞ୍ଚା

0

ଭୁବନେଶ୍ବର: ୨୦୨୫ ବାର୍ଷିକ +୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପ୍ରଣାଳୀ ପରିବର୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର। ୨୦୨୫ରେ ଅନୁଷ୍ଠିତ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷାରେ ସେମାନଙ୍କୁ ନୂଆ ଢାଞ୍ଚାରେ ପରୀକ୍ଷା ଦେବାକୁ ପଡ଼ିବ।
୨୦୨୫ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ପାଇଁ ବଦଳିଛି ପ୍ରଶ୍ନପତ୍ର ଢାଞ୍ଚା। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷାର୍ଥୀଙ୍କ ପାଇଁ ପ୍ରଶ୍ନପତ ଢ଼ାଞ୍ଚାରେ ପରିବର୍ତ୍ତନ କରିଛି।
ଏଣିକି ଛାତ୍ରଛାତ୍ରୀଙ୍କୁ ୮୦:୨୦ ଅନୁପାତରେ ଥିଓରୀ ଓ ପ୍ରାକ୍ଟିକାଲ ପରୀକ୍ଷା ଦେବାକୁ ପଡ଼ିବ। ନନ-ପ୍ରାକ୍ଟିକାଲ ବିଷୟରେ ୮୦ ଥିଓରୀ ଏବଂ ୨୦ ଇଣ୍ଟରନାଲ ପରୀକ୍ଷା କରାଯିବ। ନନ-ପ୍ରାକ୍ଟିକାଲ ପରୀକ୍ଷା ପାଇଁ ଫୁଲ ମାର୍କ ୮୦ ଏବଂ ପାସ ମାର୍କ ୨୪ ରଖାଯାଇଛି। ୨୦୨୩ରେ ପଞ୍ଜୀକରଣ ଓ ୨୦୨୫ରେ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହା ଲାଗୁ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.