ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ପୁଣି ରାଜ୍ୟସଭା ପ୍ରାର୍ଥୀ ହେବେ ମମତା ମହନ୍ତ

0

ଭୁବେଶ୍ବର: ରାଜ୍ୟସଭା ପାଇଁ ଭାରତୀୟ ଜନତା ପାର୍ଟି ଆଜି ପ୍ରାର୍ଥୀ ଘୋଷଣା କରିଛି । ଏଥିପାଇଁ ଦଳ ତରଫରୁ ମମତା ମହନ୍ତଙ୍କୁ ପ୍ରାର୍ଥୀ କରାଯାଇଛି। ଯେଉଁ ପଦରୁ ଇସ୍ତଫା ଦେଇଥିଲେ ଏବେ ପୁଣି ସେହି ପଦ ପାଇଁ ପ୍ରାର୍ଥୀ ହେଲେ । ପଦବୀ ଏକା କିନ୍ତୁ ଦଳ ଅଲଗା । ବିଜେଡିରେ ଥିବାବେଳେ ମମତା ରାଜ୍ୟ ସଭାର ଏମପି ଥିଲେ। ଏବେ ତାଙ୍କୁ ଭାଜପା ପକ୍ଷରୁ ମଧ୍ୟ ସେହି ପଦ ପାଇଁ ପ୍ରାର୍ଥୀ କରାଯାଇଛି।

ପୁଣି ରାଜ୍ୟ ସଭା ପ୍ରାର୍ଥୀ ହେଲେ ମମତା ମହନ୍ତ । ବିଜେଡିରୁ ପ୍ରାର୍ଥୀ ହୋଇ ରାଜ୍ୟ ସଭାକୁ ଯାଇଥିବା ମମତା ମହନ୍ତ ନିକଟରେ ଉଭୟ ବିଜେଡି ଓ ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇଥିଲେ । ଆଉ ତା ପରଦିନ ହିଁ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଥିଲେ । ଏବେ ଦଳ ତାଙ୍କୁ ପୁଣି ଟିକେଟ୍‌ ଦେଇଛି। ଦଳରେ ମିଶୁ ମିଶୁ ପୁଣି ତାଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କରାଯାଇଛି । ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ତେଣୁ ଆସନ୍ତାକାଲି ନାମାଙ୍କନ ଦାଖଲ କରିପାରନ୍ତି ମମତା। ମୟୂରଭଞ୍ଜ କୁଡୁମୀ ସମ୍ପ୍ରଦାୟର ନେତା ଅଟନ୍ତି ମମତା।

Leave A Reply

Your email address will not be published.