ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆସନ୍ତା ୨୯, ବର୍ଷାରେ ଭିଜିବ ଓଡିଶା

0

ଭୁବନେଶ୍ବର: ଆସନ୍ତା ୨୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ୪୮ ଘଣ୍ଟା ରେ ଲଘୁଚାପ ଟି ଅଧିକ ଘନୀଭୂତ ହୋଇ ଚିହ୍ନିତ ଲଘୁଚାପ/ ଅବପାତ ରେ ପରିଣତ ହୋଇପାରେ। ଏହି ସିଷ୍ଟମ୍ ଟି ମୁଖ୍ୟତଃ ପଶ୍ଚିମ ଦିଗରେ ଅଗ୍ରସର ହୋଇ ଦକ୍ଷିଣ ଓଡ଼ିଶା – ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ରେ ପହଞ୍ଚିବାର ସମ୍ଭାବନା ରହିଛି।

ଉପୋରକ୍ତ ସିଷ୍ଟମ୍ ପ୍ରଭାବ ରେ ରାଜ୍ୟ ରେ ୨୮ ରୁ ୩୧ ଅଗଷ୍ଟ ଯାଏଁ ବର୍ଷା ସମ୍ଭାବନା ରହିଛି। ୨୮, ୨୯ ତାରିଖ ରେ ରାଜ୍ୟ ର ଅନେକ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ୨୯ ତାରିଖ ଅପରାହ୍ନ ପରେ ଉପକୂଳ ଓଡ଼ିଶା ରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୩୦ ଓ ୩୧ ତାରିଖ ରେ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶା ରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ ଜିଲ୍ଲା ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ ୨୦ ସେମି ରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲାର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା ର କିଛି ଅଞ୍ଚଳ ରେ ମଧ୍ୟମ ଧରଣ ର ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ। ପୂର୍ବାନୁମାନ_ ସାର୍ଥକ ମିଶ୍ର

Leave A Reply

Your email address will not be published.