ନୂଆଦିଲ୍ଲୀ: ଆସନ୍ତା ଗୁରୁଦିବସ ଅବସରରେ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇଜଣ ଶିକ୍ଷକଙ୍କୁ ମନୋନୀତ କରାଯାଇଛି । ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏହି ଦୁଇ ଶିକ୍ଷକଙ୍କ ସମେତ ଦେଶର ମୋଟ ୫୦ଜଣ ଶିକ୍ଷକଙ୍କୁ ପୁରସ୍କୃତ କରିବାର କାର୍ଯ୍ୟକ୍ରମ ରହିଛି ।
ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ନର୍ଲା ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଏବଂ ରାୟଗଡ଼ା ଜିଲା ବିଲେସୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ଵିତୀ ଚନ୍ଦ୍ର ସାହୁଙ୍କୁ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରିବେ।
ମାନ୍ୟବର ରାଷ୍ଟ୍ରପତି ସେପ୍ଟେମ୍ବର ୫, ୨୦୨୪ରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିବେ। ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯିବ।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ