ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ବିଧିବଦ୍ଧ ଭାବେ ବିଜେପିରେ ଯୋଗଦେଲେ ଚମ୍ପାଇ ସୋରେନ

0

ଝାଡଖଣ୍ଡ: ବିଜେପିରେ ମିଶିଲେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ । ରାଞ୍ଚିରେ ଝାଡ଼ଖଣ୍ଡ ବିଜେପି ସଭାପତି ବାବୁଲାଲ ମାରାଣ୍ଡି, କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓ ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଚମ୍ପାଇ ସୋରେନ ପଦ୍ମ ଧରିଛନ୍ତି । ତାଙ୍କ ସହ ବହୁ ସଂଖ୍ୟକ ଜେଏମଏମ କର୍ମୀ ମଧ୍ୟ ଭାଜପାରେ ଯୋଗ ଦେଇଛନ୍ତି।
ଚମ୍ପାଇ ସୋରେନ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବେ ଭାଜପାର ହୋଇଯାଇଛନ୍ତି। ସରକାରୀ ଭାବେ ସେ ଶୁକ୍ରବାର ଭାଜପାରେ ଯୋଗ ଦେଇଛନ୍ତି।ଦୁଇ ଦିନ ତଳେ ଚମ୍ପାଇ ସୋରେନ ମନ୍ତ୍ରୀ ଓ ବିଧାୟକ ପଦରୁ ଇସ୍ତଫା ଦେବା ସହିତ ଜେଏମ୍‌ଏମ୍ ମଧ୍ୟ ଛାଡ଼ିଥିଲେ । ବୁଧବାର ଚମ୍ପାଇ ସୋରେନ ତାଙ୍କ ଦିଶୋମ ଗୁରୁ ଶିବୁ ସୋରେନଙ୍କୁ ଇସ୍ତଫା ପତ୍ର ଦେଇଥିଲେ।
ସୂଚନା ଅନୁସାରେ, ଚମ୍ପାଇ ସୋରେନ ଚଳିତ ବର୍ଷ ଫେବୃଆରୀ ୨ରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ । ତେବେ ମୁଖ୍ୟମନ୍ତ୍ରୀ ଭାବେ ୫ ମାସ ରହିଥିଲେ । ହେମନ୍ତ ସୋରେନ୍‌ ଜେଲରୁ ଆସିବା ପରେ ଚମ୍ପାଇ ସୋରେନ୍‌ ଜୁଲାଇ ୩ରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଜୁଲାଇ ୪ରେ ପୁଣି ଥରେ ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ । ଏହାପରଠୁ ଅସନ୍ତୋଷ ଥିଲେ ଚମ୍ପାଇ ସୋରେନ୍‌ ।

Leave A Reply

Your email address will not be published.