ଭୁବନେଶ୍ୱର: ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର ଦ୍ୱିତୀୟ ରେଳ ଲାଇନ ନିର୍ମାଣ ନିମନ୍ତେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରସ୍ତାବ ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। ଏନେଇ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖିଲେ ବୈଜୟନ୍ତ l ବୈଜୟନ୍ତଙ୍କ ଉଦ୍ୟମରେ ହରିଦାସପୁର-ପାରାଦୀପ ରେଳ ଲାଇନ୍ କାର୍ଯ୍ୟକ୍ଷମ ହୋଇଥିଲା l ଦୀର୍ଘବର୍ଷରୁ ପଡ଼ିଥିବା କାର୍ଯ୍ୟ ବୈଜୟନ୍ତଙ୍କ ଉଦ୍ୟମରେ ୨୦୧୯ରେ ଶେଷ ହୋଇଥିଲା l
ହରିଦାସପୁର-ପାରାଦୀପ ରେଳ ଲାଇନ ଉପକୂଳ ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ, ଯାହା ୩ଟି ଜିଲ୍ଲା ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂପୁରକୁ ସଂଯୋଗ କରୁଛି। ପ୍ରଥମ ରେଳ ଲାଇନ ଶେଷ ହୋଇଥିବା ବେଳେ ଦ୍ଵିତୀୟ ରେଳ ଲାଇନ ହେଲେ କେନ୍ଦ୍ରାପଡା ଜିଲ୍ଲାରେ ଇଣ୍ଡଷ୍ଟ୍ରିଆଲ କରିଡୋର, ଶିଳ୍ପାୟନ ପାଇଁ ପଥ ପରିଷ୍କାର ହେବା ସଙ୍ଗେ ସଙ୍ଗେ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ସାଂସଦ ବୈଜୟନ୍ତ ପଣ୍ଡା ।
ସୂଚନାଯୋଗ୍ୟ ଯେ, ୧୯୯୬ ମସିହାରେ ପୂର୍ବ-ତଟ ରେଳର ଅଂଶ ଭାବେ ୮୨.୫ କି.ମି. ଦୀର୍ଘ ହରିଦାସପୁର-ପାରାଦୀପ ପ୍ରକଳ୍ପକୁ ମଞ୍ଜୁରି ମିଳିଥିଲା l ୧୯୯୯ ମସିହାରେ ତତ୍କାଳୀନ ରେଳ ମନ୍ତ୍ରୀ ନୀତିଶ କୁମାର ମାର୍ଶାଘାଇଠାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ୨୦୦୪ ସୁଦ୍ଧା ଏହା ଶେଷ ହେବ ବୋଲି ପ୍ରତିଶୃତି ଦେଇଥିଲେ। ମାତ୍ର ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇ ପାରୁନଥିଲା ଓ କାଗଜକଲମରେ ଅଟକି ଯାଇଥିଲା| ଏହାପରେ ଶ୍ରୀଯୁକ୍ତ ପଣ୍ଡା ୨୦୦୯ରେ କେନ୍ଦ୍ରାପଡାରୁ ନିର୍ବାଚିତ ହେବା ପରେ ତାଙ୍କ ତତ୍ୱାବଧାନରେ ଶେଷରେ ୨୦୧୯ ମସିହାରେ ଏହି ପ୍ରକଳ୍ପଟି ଶେଷ ହୋଇଥିଲା l
ପ୍ରମୁଖ ଖବର
ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାର ୧୭ ପୋଲିସ ଓ ସୁରକ୍ଷା କର୍ମଚାରୀଙ୍କୁ ବିଶିଷ୍ଟ ସେବା ପୁରସ୍କାର
ଛାତିରେ ଯନ୍ତ୍ରଣା ପରେ ଏମ୍ସରେ ଭର୍ତ୍ତି ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ସ୍ଥିର
ପୁରୀ ଷ୍ଟେସନ୍ ନିକଟରେ ତାଳଚେର-ପୁରୀ ଟ୍ରେନ୍ର ଇଞ୍ଜିନ୍ ଲାଇନଚ୍ୟୁତ
ଓଡ଼ିଶା ପୁଲିସର ନୂଆ ଡିଜିପି ଦାୟିତ୍ୱରେ ବିନୟତୋଷ ମିଶ୍ର
ଛାତ୍ରଙ୍କ ଖାତାକୁ ସିଧା ଯିବ ଫି’ ରିଇମ୍ବର୍ସମେଣ୍ଟ ଟଙ୍କା
ପଶ୍ଚିମବଙ୍ଗରେ ଲାଗୁ ହେଲା ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନା
ଆସାମରେ ୧୦୦୦ରୁ ଅଧିକ ପୁରୁଣା ପୋଲ ହେବ RCC