ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ହରିଦାସପୁର-ପାରାଦୀପ ଦ୍ୱିତୀୟ ରେଳ ଲାଇନ ନିର୍ମାଣ ପାଇଁ ରେଳ ମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ବୈଜୟନ୍ତ ପଣ୍ଡା

0

ଭୁବନେଶ୍ୱର: ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର ଦ୍ୱିତୀୟ ରେଳ ଲାଇନ ନିର୍ମାଣ ନିମନ୍ତେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରସ୍ତାବ ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। ଏନେଇ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖିଲେ ବୈଜୟନ୍ତ l ବୈଜୟନ୍ତଙ୍କ ଉଦ୍ୟମରେ ହରିଦାସପୁର-ପାରାଦୀପ ରେଳ ଲାଇନ୍‌ କାର୍ଯ୍ୟକ୍ଷମ ହୋଇଥିଲା l ଦୀର୍ଘବର୍ଷରୁ ପଡ଼ିଥିବା କାର୍ଯ୍ୟ ବୈଜୟନ୍ତଙ୍କ ଉଦ୍ୟମରେ ୨୦୧୯ରେ ଶେଷ ହୋଇଥିଲା l
ହରିଦାସପୁର-ପାରାଦୀପ ରେଳ ଲାଇନ ଉପକୂଳ ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ, ଯାହା ୩ଟି ଜିଲ୍ଲା ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂପୁରକୁ ସଂଯୋଗ କରୁଛି। ପ୍ରଥମ ରେଳ ଲାଇନ ଶେଷ ହୋଇଥିବା ବେଳେ ଦ୍ଵିତୀୟ ରେଳ ଲାଇନ ହେଲେ କେନ୍ଦ୍ରାପଡା ଜିଲ୍ଲାରେ ଇଣ୍ଡଷ୍ଟ୍ରିଆଲ କରିଡୋର, ଶିଳ୍ପାୟନ ପାଇଁ ପଥ ପରିଷ୍କାର ହେବା ସଙ୍ଗେ ସଙ୍ଗେ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ସାଂସଦ ବୈଜୟନ୍ତ ପଣ୍ଡା ।
ସୂଚନାଯୋଗ୍ୟ ଯେ, ୧୯୯୬ ମସିହାରେ ପୂର୍ବ-ତଟ ରେଳର ଅଂଶ ଭାବେ ୮୨.୫ କି.ମି. ଦୀର୍ଘ ହରିଦାସପୁର-ପାରାଦୀପ ପ୍ରକଳ୍ପକୁ ମଞ୍ଜୁରି ମିଳିଥିଲା l ୧୯୯୯ ମସିହାରେ ତତ୍କାଳୀନ ରେଳ ମନ୍ତ୍ରୀ ନୀତିଶ କୁମାର ମାର୍ଶାଘାଇଠାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ୨୦୦୪ ସୁଦ୍ଧା ଏହା ଶେଷ ହେବ ବୋଲି ପ୍ରତିଶୃତି ଦେଇଥିଲେ। ମାତ୍ର ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇ ପାରୁନଥିଲା ଓ କାଗଜକଲମରେ ଅଟକି ଯାଇଥିଲା| ଏହାପରେ ଶ୍ରୀଯୁକ୍ତ ପଣ୍ଡା ୨୦୦୯ରେ କେନ୍ଦ୍ରାପଡାରୁ ନିର୍ବାଚିତ ହେବା ପରେ ତାଙ୍କ ତତ୍ୱାବଧାନରେ ଶେଷରେ ୨୦୧୯ ମସିହାରେ ଏହି ପ୍ରକଳ୍ପଟି ଶେଷ ହୋଇଥିଲା l

Leave A Reply

Your email address will not be published.