ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ସୁରକ୍ଷାବାହିନୀର ଏନକାଉଣ୍ଟରରେ ୯ ମାଓବାଦୀ ମୃତ

0

ଭୁବନେଶ୍ବର: ଛତିଶଗଡରେ ସୁରକ୍ଷାବାହିନୀକୁ ମିଳିଛି ବଡ ସଫଳତା। ଛତିଶଗଡର ଦାନ୍ତେୱାଡା ଏବଂ ବିଜାପୁରର ସୀମାନ୍ତ ଅଞ୍ଚଳରେ ସୁରକ୍ଷାବାହିନୀ ଏବଂ ମାଓବାଦୀମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ସୁରକ୍ଷାବାହିନୀ ଗୁଳିରେ ୯ ଜଣ ମାଓବାଦୀ ପ୍ରାଣ ହରାଇଛନ୍ତି। ମାଓବାଦୀଙ୍କ ମୃତଦେହ ସହିତ ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଉଦ୍ଧାର କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ପଶ୍ଚିମ ବସ୍ତର ଡିଭିଜନରେ ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ପୋଲିସର ମିଳିତ ଟିମ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲା। ଆଜି ସକାଳେ ଖୋଜାଖୋଜି ବେଳେ ସୈନିକ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟରେ ୯ ମାଓବାଦୀଙ୍କ ମୃତ୍ୟୁ ଘଟିଥିଲା। ଏବେ ବି ଗୁଳି ବିନିମୟ ଜାରି ରହିଛି।

ଏହାପୂର୍ବରୁ ଅଗଷ୍ଟ ୧୯ରେ ନାରାୟଣପୁର-କାନକର ସୀମାରେ ନକ୍ସଲ ଏବଂ ପୋଲିସ ମଧ୍ୟରେ ଏନକାଉଣ୍ଟର ହୋଇଥିଲା। ଏଥିରେ ସୁରକ୍ଷା ବାହିନୀ ତିନିଜଣ ନକ୍ସଲଙ୍କୁ ନିପାତ କରିଥିଲେ।

Leave A Reply

Your email address will not be published.