ପ୍ରମୁଖ ଖବର

ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାର ୧୭ ପୋଲିସ ଓ ସୁରକ୍ଷା କର୍ମଚାରୀଙ୍କୁ ବିଶିଷ୍ଟ ସେବା ପୁରସ୍କାର
ଛାତିରେ ଯନ୍ତ୍ରଣା ପରେ ଏମ୍ସରେ ଭର୍ତ୍ତି ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ସ୍ଥିର
ପୁରୀ ଷ୍ଟେସନ୍‌ ନିକଟରେ ତାଳଚେର-ପୁରୀ ଟ୍ରେନ୍‌ର ଇଞ୍ଜିନ୍‌ ଲାଇନଚ୍ୟୁତ
ଓଡ଼ିଶା ପୁଲିସର ନୂଆ ଡିଜିପି ଦାୟିତ୍ୱରେ ବିନୟତୋଷ ମିଶ୍ର
ଛାତ୍ରଙ୍କ ଖାତାକୁ ସିଧା ଯିବ ଫି’ ରିଇମ୍ବର୍ସମେଣ୍ଟ ଟଙ୍କା
ପଶ୍ଚିମବଙ୍ଗରେ ଲାଗୁ ହେଲା ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନା
ଆସାମରେ ୧୦୦୦ରୁ ଅଧିକ ପୁରୁଣା ପୋଲ ହେବ RCC

ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ଯା

0

କଟକ: ଯୋବ୍ରା ବ୍ଯାରେଜ ନିକଟରେ ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ। ଯୁବକଙ୍କ ନାମ ମୃତ୍ୟୁଞ୍ଜୟ ମାଣିକ। ତାଙ୍କ ଘର ଭବନେଶ୍ୱର ଭିଏଏସଏସ ନଗର ବୋଲି ଜଣାପଡିଛି। ଅପରାହ୍ନ ୪ ସମୟରେ ଯୋବ୍ରା ବ୍ୟାରେଜ୍ ୭୪ନମ୍ବର ଗେଟ୍ ଉପରୁ ଡେଇଁ ଆତ୍ମହତ୍ଯା କରିଛନ୍ତି ମୃତ୍ଯୁଞ୍ଜୟ।

ତେବେ କେଉଁ କାରଣରୁ ସେ ଏପରି ଚରମ ନିଷ୍ପତ୍ତି ନେଲେ ତାହା ଜଣାପଡ଼ି ନଥିବାବେଳେ ଘଟଣା ପରେ ଅଗ୍ନିଶମ ବିଭାଗ ପହଞ୍ଚି ଖୋଜାଖୋଜି କରିଥିଲା। ତେବେ ସଂଧ୍ଯା ହୋଇଯିବା ଯୋଗୁଁ ଆଜି ଉଦ୍ଧାର କାର୍ଯ୍ଯ ବନ୍ଦ ରଖାଯାଇଛି। ଆସନ୍ତାକାଲି ପୁଣି ଉଦ୍ଧାର କାର୍ଯ୍ଯ କରାଯିବ ବୋଲି କହିଛନ୍ତି ଅଗ୍ନିଶମ ଅଧିକାରୀ। ସେପଟେ ଘଟଣାସ୍ଥଳରେ ପହଞ୍ଚିଛନ୍ତି ଯୁବକଙ୍କ ପରିବାର ଲୋକ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.