ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଗିରଫ ସନ୍ଦୀପ ଘୋଷଙ୍କୁ ନିଲମ୍ବିତ କଲେ ସରକାର

0

ପଶ୍ଚିମବଙ୍ଗ: ଗିରଫ ହୋଇଥିବା ଆରଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ଡାକ୍ତର ସନ୍ଦୀପ ଘୋଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ପଶ୍ଚିମବଙ୍ଗ ସରକାର। ଆଜି ତାଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିଲମ୍ବିତ କରାଯାଇଛି। ତାଙ୍କ ବିରୋଧରେ ଆର୍ଥିକ ହେରଫେରର ଅଭିଯୋଗ ଆସିଥିଲା। ଏହି ମାମଲାରେ ସିବିଆଇ ସନ୍ଦୀପଙ୍କୁ ଗିରଫ କରିଥିଲା। ତାଙ୍କ ସହ ଆଉ ୩ ଜଣଙ୍କୁ ମଧ୍ୟ ସିବିଆଇ ବାନ୍ଧଛି।

ହସ୍ପିଟାଲରେ ସମ୍ଭାବ୍ୟ ଆର୍ଥିକ ହେରଫେରକୁ ନେଇ ସିବିଆଇ ତାଙ୍କ ବିରୋଧରେ ତଦନ୍ତ କରୁଥିଲା। ବିଶେଷ କରି ରୋଗୀଙ୍କ ସେବା ପାଇଁ କିଣା ଯାଉଥିବା ସାମଗ୍ରୀରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରି ସିବିଆଇ ସନ୍ଦୀପଙ୍କୁ ଗିରଫ କରିଛି। ଆଜି ତାଙ୍କୁ କୋର୍ଟରେ ହାଜର କରାଇ ୮ ଦିନ ପାଇଁ ରିମାଣ୍ତରେ ନେଇଛି। ସିବିଆଇ ତାଙ୍କୁ ରିମାଣ୍ତରେ ନେବା ପରେ ବେଙ୍ଗଲ ସରକାର ତାଙ୍କୁ ନିଲମ୍ବିତ କରିଛନ୍ତି। 

Leave A Reply

Your email address will not be published.