ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ଆସନ୍ତା ୫ ଦିନ ଯାଏଁ ଉପକୂଳ ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା

0

ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସକ୍ରିୟ
ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତର ବଙ୍ଗୋପସାଗର ରେ ସକ୍ରିୟ ରହିଛି। ଏହି କ୍ଷେତ୍ର ଟି କ୍ରମଶଃ ଉତ୍ତର ଦିଗ ରେ ଧୀରେଧୀରେ ଅଗ୍ରସର ହେବା ସହ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ପଶ୍ଚିମବଙ୍ଗ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ରେ ଅବପାତ ର ରୂପ ନେଇପାରେ। ସେହିପରି ପରବର୍ତ୍ତୀ ୩ ଦିନ ରେ ଏହି କ୍ଷେତ୍ର ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ, ଉତ୍ତର ଛତିଶଗଡ଼ ଆଡକୁ ଅଗ୍ରସର ହେବ।

ପ୍ରଭାବ ରେ ଆସନ୍ତା ୫-୬ ଦିନ ଯାଏଁ ଓଡ଼ିଶା ରେ ବର୍ଷା ର ପ୍ରଭାବ ରହିବ। ବିଶେଷ କରି ଆସନ୍ତା ୪ ଦିନ ଯାଏଁ ଉପକୂଳ ଓଡ଼ିଶା ର ଅନେକ ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପବିତ୍ର ଗଣେଶ ପୂଜା ରେ ଉପକୂଳ ଓଡ଼ିଶା ର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସମୟ ରେ ପୁରୀ, ଖୋର୍ଦ୍ଧା, ଗଞ୍ଜାମ,ଗଜପତି, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢ଼େଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଆସନ୍ତା ୦୮ ରୁ ୧୦ ତାରିଖ ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଅନୁଗୁଳ, ସମ୍ୱଲପୁର , ଝାରସୁଗୁଡ଼ା ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦-୧୨ ତାରିଖ ଯାଏଁ ଉତ୍ତର ଉପକୂଳ ଓଡ଼ିଶା ଓ ତତ୍ ସଂଲଗ୍ନ ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସାର୍ଥକ ମିଶ୍ର

Leave A Reply

Your email address will not be published.