ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ

0

ଭୁବନେଶ୍ବର: ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ। ବିଧାନସଭାରେ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ରାଜ୍ୟରେ ୧ ଲକ୍ଷ ୩୫ ହଜାର ୬୫୬ ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦ ରହିଛି। ସେଥିରୁ ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ ଖାଲି ପଡ଼ିଛି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪ ହଜାର ୨୮୩ ଶିକ୍ଷକ ପଦବୀ ଖାଲି ରହିଛି। ବର୍ତ୍ତମାନ ୧୬ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ନେଇ ପ୍ରକ୍ରିୟା ଚାଲୁ ରହିଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ସୂଚନାଯୋଗ୍ୟ ଯେ, ଗତକାଲି ଗୁରୁ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ମୋଟ ୨୯ ହଜାର ୧୯୭ ଶିକ୍ଷକ ନିଯୁକ୍ତି ପାଇବେ ବୋଲି ଘୋଷଣା କରିଥିଲେ। ଆଗାମୀ ତିନି ସପ୍ତାହ ଭିତରେ ରାଜ୍ୟରେ ୧୬ ହଜାର ୧୦ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଏଥିସହିତ ପ୍ରାଥମିକ ସ୍ତରରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ପ୍ରତି ପଞ୍ଚାୟତରେ ମଡେଲ ସ୍କୁଲ- ଗୋଦାବରୀଶ ମିଶ୍ର ପ୍ରାଥମିକ ଆଦର୍ଶ ବିଦ୍ୟାଳୟ ଖୋଲିବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ।

Leave A Reply

Your email address will not be published.