ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଆଜିଠୁ ଗଡ଼ିଲା ‘ସୁଭଦ୍ରା’ ରଥ,

0

ଭୁବନେଶ୍ୱର: ଆଜିଠୁ ଗଡ଼ିଲା ‘ସୁଭଦ୍ରା’ ରଥ। ଭୁବନେଶ୍ୱର ଗାନ୍ଧୀମାର୍ଗରୁ ଗଡିଲା ସୁଭଦ୍ରା ରଥ । ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଗଡ଼ିବ ଏହି ସୁଭଦ୍ରା ରଥ । ଗଣେଶ ପୂଜା ଅବସରରେ ପତାକା ଦେଖାଇ ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଆପଣମାନେ ରାତି ଅନିଦ୍ରା ନ ହୋଇ ଗହଳି ନ କରି ଅପେକ୍ଷା କରନ୍ତୁ। ସେପ୍ଟେମ୍ବର ୧୬ ତାରିଖ ଯାଏଁ ଏହି ରଥ ବୁଲି ବୁଲି ଲୋକଙ୍କୁ ସଚେତନ କରାଇବ । ହିତାଧିକାରୀମାନେ ଯେପରି ଭ୍ରମିତ ନ ହେବେ ସେଥିଲାଗି ସରକାର ଏହି ବ୍ୟବସ୍ଥା କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ବାବୁ ସିଂହ, ମେୟର୍ ସୁଲୋଚନା ଦାସ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଉପସ୍ଥିତି ଥିଲେ ।

Leave A Reply

Your email address will not be published.