ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଜେଲ ଗଲେ ଜେଲ ସୁପରିଟେଣ୍ଡଣ୍ଟ

0

ଭୁବନେଶ୍ବର: ଝାରପଡ଼ା ଜେଲର ପୂର୍ବତନ ଅଧୀକ୍ଷକ ସତ୍ୟପ୍ରକାଶ ସ୍ବାଇଁ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ଗତକାଲି ରେଡ୍‌ ବେଳେ ବିପୁଳ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। ଭୁବନେଶ୍ବରରେ ଦେଢ଼ କୋଟିର ୪ ମହଲା କୋଠା ଠାବ ହୋଇଛି।

ଉଲ୍ଲେଖଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରପଡ଼ା ଜେଲର ପୂର୍ବତନ ଅଧୀକ୍ଷକ ସତ୍ୟପ୍ରକାଶ ସ୍ବାଇଁଙ୍କୁ ଗିରଫ କଲା ଭିଜିଲାନ୍ସ। ଗତକାଲି ରେଡ୍‌ ବେଳେ ବିପୁଳ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। ଭୁବନେଶ୍ବରରେ ଦେଢ଼ କୋଟିର ୪ ମହଲା କୋଠା ଠାବ ହୋଇଛି।

ଭିଜିଲାନ୍ସ ରିପୋର୍ଟ ଅନୁଯାୟୀ ଭୁବନେଶ୍ବର ଝାରପଡ଼ାରେ ୪ ମହଲା ବିଶିଷ୍ଟ କୋଠା। ୩୩୦୦ ବର୍ଗ ଫୁଟରରେ ହୋଇଥିବା ଏହି କୋଠାର ଦାମ ପ୍ରାୟ ୧.୬୪ କୋଟି ଟଙ୍କା ବୋଲି ଭିଜିଲାନ୍ସ ଟିମ ଜାଣିବାକୁ ପାଇଛି । ସେହିପରି ଭୁବନେଶର, ବଲାଙ୍ଗୀର, ଢେଙ୍କାନାଳରେ ମୂଲ୍ୟବାନ ଘର ଡିହ ପ୍ଲଟ, ଭୁବନେଶର ଧଉଳିରେ ପ୍ଲଟ, ବଲାଙ୍ଗୀରରେ ୨ଟି ପ୍ଲଟ, ଢେଙ୍କାନାଳ ମହିଷାପାଟରେ ପ୍ଲଟର ସନ୍ଧାନ ପାଇଛି ଭିଜିଲାନ୍ସ । ଏହାସହ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର,ବ୍ୟାଙ୍କ ଓ ପୋଷ୍ଟାଲ ଡିପୋଜିଟରେ ଥିବା ୬.୨୪ ଲକ୍ଷ, ଗୋଟିଏ ଲେଖାଏଁ କାର ଓ ବାଇକ ,୧୪.୪୬ ଲକ୍ଷ ଟଙ୍କାର ଘରୋଇ ସାମଗ୍ରୀ ଠାବ କରିଛି।

ତେବେ ତଦନ୍ତ ଚାଲିଥିବାରୁ ସମ୍ପତ୍ତି ପରିମାଣ ବଢିବାର ସମ୍ଭାବନ ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । ୨୦୦୧ ରେ କୁଚିଣ୍ଡା ସବ ଜେଲର ଆସିଷ୍ଟାଣ୍ଟ ଭାବେ ସତ୍ୟପ୍ରକାଶ ସାଇଁ ଚାକିରି ଆରମ୍ଭ କରିଥିଲେ। ଗତ ଜୁନରେ ଝାରପଡାରୁ ବଦଳି ହୋଇ କେନ୍ଦୁଝର ଜିଲା କାରାଗାରର ସୁପରିଟେଣ୍ଡେଣ୍ଟ ଭାବେ ନିଯୁକ୍ତି ପାଇଥିଲେ। ଜେଲରେ କଏଦୀଙ୍କୁ ଭିଆଇପି ଟ୍ରିଟମେଣ୍ଟ ଦେବା ପାଇଁ ଲକ୍ଷାଧିକ ଟଙ୍କା ଟଙ୍କା ନେବା ଓ ଜେଲ ଭିତରେ ଅନ୍ତେବାସୀଙ୍କୁ ନିଶା ଚାଲାଣରେ ଭଳି ସାଙ୍ଘାତିକ ଅଭିଯୋଗ ସତ୍ୟପ୍ରକାଶଙ୍କ ନାଁରେ ପିଟିସନ ଫାଇଲ ହୋଇଥିବା ସୂଚନା ମିଳିଛି।

Leave A Reply

Your email address will not be published.