ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ନ ଲାଗିଲେ ବାତିଲ ହେବ ପରୀକ୍ଷା

0

ଭୁବନେଶ୍ବର: ଫାଇନାଲ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ଫାଇନାଲ ପରୀକ୍ଷା ପୂର୍ବରୁ ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଚିଠି ଲେଖିଛି। ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା’ ରିପୋର୍ଟ ମଧ୍ୟ ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି।

୨୦୨୫ରେ ହେବାକୁ ଥିବା ଯୁକ୍ତ ଦୁଇ ପ୍ରାକ୍ଟିକାଲ ଓ ଥିଓରୀ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଫାଇନାଲ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ତା’ପୂର୍ବରୁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ପରୀକ୍ଷା ସ୍ୱଚ୍ଛ ଓ ସହଜ କରିବାକୁ ପରିଚାଳନା ହବ, ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଫିସ, ଏକଜାମ ହଲ ସହ ସେଲ୍ଫ ଫାଇନାଲିଂ କଲେଜର ସମସ୍ତ ଲାବରେଟୋରିରେ ମଧ୍ୟ ସିସିଟିଭି ଲଗାଇବାକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଶିକ୍ଷାନୁଷ୍ଠାନ ଧାର୍ଯ୍ୟ ସମୟରେ ନିର୍ଦ୍ଦେଶ ଅନୁପାଳନ ନ କରିବେ ସେଠି ଉଭୟ ଥିଓରୀ ଓ ପ୍ରାକ୍ଟିକାଲ ପରୀକ୍ଷା ବାତିଲ କରାଯିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯିବାକୁ ନିଷ୍ପତ୍ତି ହୋଇଛି।

Leave A Reply

Your email address will not be published.