ପ୍ରମୁଖ ଖବର

ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
କଲୁଙ୍ଗା ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ଆମେରିକାର ଆର୍ଥିକ ଚାପର ଜବାବ, ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ

ସୁନା ମାନ, ମାପ ଓଜନରେ ଠକୁଛନ୍ତି ଗହଣା ଦୋକାନୀ

0

ଭୁବନେଶ୍ବର: ସୁନା କିଣୁଥିଲା ବେଳେ ସବୁବେଳେ ସାବଧାନ ରୁହନ୍ତୁ। ସୁନା ପରଖି, ନିରିଖି ଆଣନ୍ତୁ। ନହେଲେ ଆପଣଙ୍କୁ ଠକି ପାରନ୍ତି ସୁନା ଦୋକାନୀ। ଆଜି ଏହାକୁ ନେଇ ଗୃହରେ କିଛି ଚକିତ କଲା ଭଳି ତଥ୍ୟ ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ବିଧାନସଭା ଚାଲିଥିବା ବେଳେ ଗୃହରେ ଗ୍ରାହକଙ୍କୁ ସୁନା ମାନ, ମାପ ଓଜନରେ ଠକୁଛନ୍ତି ସୁନା ଦୋକାନୀ ବୋଲି ରଣେନ୍ଦ୍ର ସ୍ୱାଇଁ ପ୍ରଶ୍ନ କରିଥିଲେ।
ତାଙ୍କ ପ୍ରଶ୍ନରେ ଖାଉଟି କଲ୍ୟାଣ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି ୫ ମାସରେ ୧୧୬ ସୁନା ବ୍ୟବସାୟୀଙ୍କ ନାଁରେ ମାମଲା ହୋଇଛି। ଗ୍ରାହକଙ୍କୁ ଠକିଥିବା ଅଭିଯୋଗରେ ବିଭାଗ ମାମଲା ରୁଜୁ କରିଛି। ୫ ମାସରେ ଖାଉଟି କଲ୍ୟାଣ ବିଭାଗ ୩୧୨୫ ବ୍ୟବସୟ ପ୍ରତିଷ୍ଠାନରେ ରେଡ କରିଛି। ରେଡ ବେଳେ ୧୧୬ ସୁନା ବ୍ୟବସାୟୀ ଧରାପଡ଼ିଛନ୍ତ। ୩ ଲକ୍ଷ ୧୩ ହଜାର ୮୦୦ ଟଙ୍କାର ଫାଇନ ଆଦାୟ କରାଯାଇଛି।

ଅନ୍ୟପକ୍ଷେ ଗଞ୍ଜାମ, ଖୋର୍ଦ୍ଧା, କଟକ ଜିଲାରେ ଗ୍ରାହକ ସର୍ବାଧିକ ଠକେଇର ଶିକାର ହୋଇଛନ୍ତି। ଗତବର୍ଷ ୪୯୫ ସୁନା ବ୍ୟବସାୟୀ ଧରାପଡ଼ିଥିଲେ। ସେମାନଙ୍କଠାରୁ ୧୫ ଲକ୍ଷ ୩୦ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିଲା ବୋଲି ମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.