ପ୍ରମୁଖ ଖବର

୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍‌ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ

ମାର୍ଚ୍ଚ ୨୦୨୫ ସୁଦ୍ଧା ସବୁ ରାଜସ୍ୱ ଗାଁକୁ ବିଦ୍ୟୁତ ସଂଯୋଗ ଦିଆଯିବ

0

ଭୁବନେଶ୍ବର: ସବୁ ଗାଁକୁ ମିଳିବ ବିଜୁଳି। ମାର୍ଚ୍ଚ ୨୦୨୫ ସୁଦ୍ଧା ସବୁ ରାଜସ୍ୱ ଗାଁକୁ ବିଦ୍ୟୁତ ସଂଯୋଗ ଦିଆଯିବ। ଆଜି ବିଧାନସଭାରେ ବିଧାୟକ ବଦ୍ରି ପାତ୍ରଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ।

ବିଧାନସଭା ପ୍ରଶ୍ନକାଳରେ ସମସ୍ତ ରାଜସ୍ଵ ଗାଁକୁ କେବେ ବିଜୁଳି ସଂଯୋଗ ହେବ ନେଇ ପ୍ରଶ୍ନ କରିଥିଲେ ବିରୋଧୀ। ତେବେ ଆସନ୍ତା ମାର୍ଚ୍ଚ ୨୫ ସୁଦ୍ଧା ସବୁ ରାଜସ୍ୱ ଗାଁକୁ ବିଜୁଳି ସଂଯୋଗ କରାଯିବ। ବିଧାନସଭାରେ ଏହି ଘୋଷଣା କଲେ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।

ପ୍ରଶ୍ନକାଳରେ ଅପହଞ୍ଚ ଅଂଚଳରେ କିପରି ବିଜୁଳି ସଂଯୋଗ ଦିଆଯିବ ତାହା ଉପରେ ଶାସକ ଓ ବିରୋଧୀ ବିଧାୟକ ଶକ୍ତି ମନ୍ତ୍ରୀକୁ ବାରମ୍ବାର ପ୍ରଶ୍ନ କରିଥିଲେ। ସ୍ମାର୍ଟ ମିଟର ଅବ୍ୟବସ୍ଥା ନେଇ କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ପ୍ରଶ୍ନର ଉତ୍ତର ଦେଇ ବିଧାନସଭାରେ ଉତ୍ତର ରଖିଥିଲେ ଶକ୍ତିମନ୍ତ୍ରୀ। କହିଲେ, ଶକ୍ତି ସଂରକ୍ଷଣ ଶିଖ, ମାଗଣାରେ ବିଜୁଳି ପାଇବା ଆଶା ରଖନାହିଁ। କୌଣସି ସେବା ମାଗଣାରେ ମିଳିବ ଆଶା ରଖନାହିଁ। ଉପଭୋକ୍ତାଙ୍କୁ ସଚେତନତା ପାଇଁ ଭିଡିଓ ଏବଂ ମେସେଜ ଦିଆଯାଉଛି। ଅନେକ ସମୟରେ ସ୍ଵିଚ୍ ଅଫ୍ କେହି କରୁନାହାଁନ୍ତି।

ଗୃହରେ ଶକ୍ତିମନ୍ତ୍ରୀ ଉଦାହରଣ ଦେଇ କହିଥିଲେ ମୋବାଇଲ ଚାର୍ଜର ସ୍ଵିଚ୍ କେହି ବନ୍ଦ କରୁନାହାଁନ୍ତି। ଏହାଦ୍ୱାରା ଅଧିକ ବିଲ୍ ଆସିଥାଏ। ସବୁ ବିଧାୟକ ଉପଭୋକ୍ତାମାନଙ୍କୁ ସଚେତନ କରନ୍ତୁ ବୋଲି ନିବେଦନ କଲେ। ମିଟର ଅସୁବିଧା ଥିଲେ କମ୍ପାନୀ କର୍ତ୍ତୃପକ୍ଷ ପହଞ୍ଚି ସମସ୍ୟା ଦୂର କରିବେ। ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଯୋଜନାରେ ଆବେଦନ କଲେ ୩୦୦ ୟୁନିଟ୍ ମାଗଣା ମିଳିବ ବୋଲି କହିଛନ୍ତି କନକ ବର୍ଦ୍ଧନ ସିଂହଦେଓ ।

Leave A Reply

Your email address will not be published.