ପ୍ରମୁଖ ଖବର

୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍‌ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ

ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ

0

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ତେବେ ପ୍ରସନ୍ନ କୁମାରଙ୍କ ବିରୋଧରେ ଗତ କିଛି ଦିନ ହେବ ଆୟବର୍ହିଭୂତ ସମ୍ପତ୍ତି ଠୁଳ ନେଇ ଅଭିଯୋଗ ଥିଲା। ଏନେଇ ତାଙ୍କର ଗତିବିଧି ଉପରେ ନଜର ରଖିଥିଲା ଭିଜିଲାନ୍ସ ଟିମ୍। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛନ୍ତି।

ବ୍ରହ୍ମପୁର ଭିଜିଲାନ୍ସ ଏସପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସନ୍ନଙ୍କ ଭଞ୍ଜନଗର କୁଲାଡ଼ ସ୍ଥିତ ବାସଭବନ, ଭଞ୍ଜନଗରର ଆଖପାଖରେ ଥିବା ୭ଟି ସ୍ଥାନ ଓ ବ୍ରହ୍ମପୁରରେ ଥିବା ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢାଉ ବେଳେ ଯନ୍ତ୍ରୀଙ୍କ ୬ଟି ବହୁତଳ କୋଠା ଭିଜିଲାନ୍ସ ଟିମ ଠାବ କରିଛି। ୨ଟି ୪ ମହଲା, ୨ଟି ୩ ମହଲା ଓ ୨ଟି ୨ ମହଲା କୋଠା ଠାବ ହୋଇଛି। ବ୍ରହ୍ମପୁର ତୁଳସୀନଗରରେ ୪ ମହଲା କୋଠା, ଯାହାର ମୂଲ୍ୟ ୨.୪ କୋଟି। ଭଞ୍ଜନଗର ବାଗଦେବୀ ରୋଡରେ ୬ ହଜାର ବର୍ଗଫୁଟର ୪ ମହଲା କୋଠା ସହ ୩ ମହଲା କୋଠା ରହିଛି।

ସେହିପରି ଭଞ୍ଜନଗରରେ ୨୫୦୦ ବର୍ଗଫୁଟର ଆଉ ଏକ ୩ ମହଲା କୋଠା, ଭଞ୍ଜନଗର ୬ ନମ୍ବର ୱାର୍ଡରେ ଗୋଟିଏ, ଲୁଡୁଲୁଡିରେ ଗୋଟିଏ ୨ ମହଲା କୋଠା, ଭଞ୍ଜନଗରରେ ୪ଟି ଏବଂ ବ୍ରହ୍ମପୁରରେ ଗୋଟିଏ ଘରଯୋଗ୍ୟ ପ୍ଲଟ ଠାବ କରାଯାଇଛି। ଭିଜିଲାନ୍ସ ଯନ୍ତ୍ରୀଙ୍କ ସୁନା ଗହଣା, ବ୍ୟାଙ୍କ ଜମା, ଗାଡ଼ିର ହିସାବ କରୁଛି।

Leave A Reply

Your email address will not be published.