ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି

0

ନୂଆଦିଲ୍ଲୀ; ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି ।

ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ସଂଯୁକ୍ତା ସେଠୀ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନର୍ସିଂ ଅଫିସର ତଥା ଓଟି-ଇନ୍ ଚାର୍ଜ ସିଷ୍ଟର ଭାବେ କାର୍ଯ୍ୟ କରୁଛନ୍ତି। ଏଥି ସହିତ ଜିଲ୍ଲା କ୍ୱାଲିଟି ଆସ୍ୟୁରାନ୍ସ ଟିମ ସଦସ୍ୟା ସହ ବାୟୋ ମେଡିକାଲ୍ ୱେଷ୍ଟ ସୁପରଭାଇଜର ମଧ୍ୟ ଅଛନ୍ତି।

ସଂଯୁକ୍ତାଙ୍କ ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋଶାଲ ମିଡିଆ ଏକ୍ସରେ ତାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ।ଏହା ସହ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗମଧ୍ୟ ନିଜ ନିଜ ସୋଶାଲ ମିଡିଆ ଏକ୍ସରେ ତାଙ୍କର ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି।

Leave A Reply

Your email address will not be published.