ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲାଗୁ ହେବ କାମଧେନୁ ଯୋଜନା

0

ଭୁବନେଶ୍ବର: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା l ଜାତୀୟ ମୌସୁମୀ ବୈଠକରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା l ସେହିପରି ଗାଈଗୋରୁଙ୍କ ସ୍ୱାସ୍ଥ୍ୟ ଓ ଚିକିତ୍ସା ଲାଗି ଗୋ ମାତା ଯୋଜନା ଓ ବୁଲା ଗାଈଗୋରୁଙ୍କ ଲାଗି ମୁଖ୍ୟମନ୍ତ୍ରୀ ପ୍ରାଣୀ କଲ୍ୟାଣ ଯୋଜନା ଲାଗୁ କରାଯିବ l

ରାଜ୍ୟରେ ଦୈନିକ ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ ଆରମ୍ଭ କରାଯିବ। ଏହି ଯୋଜନା ଅଧୀନରେ ପ୍ରତିବର୍ଷ ୨,୦୦୦ ହିତାଧିକାରୀଙ୍କୁ ୨ଟି କ୍ରସ୍‌ବ୍ରିଡ୍‌ ଗାଈ ରଖିବା ପାଇଁ କ୍ଷୁଦ୍ର ଦୁଗ୍ଧ ୟୁନିଟ୍‌ ପ୍ରତିଷ୍ଠା କରାଯିବ। ଏଥିସହ ୨୦ ହଜାର ଦୁଗ୍ଧ ଚାଷୀଙ୍କୁ ରିହାତିରେ ବାଛୁରୀ ଖାଦ୍ୟ ଯୋଗାଇଦିଆଯିବ। ୧ ଲକ୍ଷ ଚାଷୀ ଦୁଧିଆଳୀ ଗାଈର ବୀମା ପାଇଁ ସହାୟତା ପାଇବେ।

Leave A Reply

Your email address will not be published.