ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି

0

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମଦିନରେ ଅର୍ଥାତ୍ ସେପ୍ଟେମ୍ୱର ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଠାରେ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ । ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଯାହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ ଓ କଲେଜ ଗୁଡିକ ସେହିଦିନ ସମ୍ପୂର୍ଣ୍ଣ ଛୁଟି ଘୋଷଣା କରାଯାଇଛି।

୧୭ତାରିଖ ମଙ୍ଗଳବାର ଦିନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ୍, ମାଜିଷ୍ଟ୍ରେଟ୍ କୋର୍ଟ ଛୁଟି ରହିବ । ତେବେ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ଶିକ୍ଷାନୁଷ୍ଠାନ ମଙ୍ଗଳବାର ସମ୍ପୂର୍ଣ୍ଣ ଛୁଟି ରହିବ । ଆଜି ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବା ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି । ସେହିପରି ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି।

Leave A Reply

Your email address will not be published.