ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ଶ୍ରୀନଅରରେ ସୁନିଆଁ ଉତ୍ସବ ପାଳିତ

0

ପୁରୀ: ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ନୂଆ ଅଙ୍କ ପ୍ରଚଳନ ହୋଇଛି। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୨ ସାଲ ୬୮ ଅଙ୍କର ପ୍ରବେଶ। ଏହି ଅବସରରେ ଗଜପତିଙ୍କ ଶ୍ରୀନହରରେ ଆଜି ସନ୍ଧ୍ୟାରେ ପାଳିତ ହୋଇଛି ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୮ ଅଙ୍କ ଆରମ୍ଭ ହୋଇଛି।

ଜାତକ ଓ ପାଞ୍ଜି, ଅଙ୍କ ଗଣନାର ବିଶେଷ ମହତ୍ତ୍ଵ ରହିଥିବା ବେଳେ ଆଜିର ଏହି ସୁନିଆଁ ଅବସରରେ ଶ୍ରୀନଅର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବା ପରେ କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ , ନୃସିଂହ ଆଦି ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ ଗଜପତି ମହାରାଜ। ପରେ ଗଜପତି ମହାରାଜାଙ୍କୁ ଅଭିଷେକ କରାଯାଇଥିଲା। ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନଅରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହୋଇଥିଲା।

ଗଜପତିଙ୍କ ଉପସ୍ଥିତିରେ ଶ୍ରୀନଅରରେ ଅଙ୍କ କଟା ନିତୀ ସମ୍ପାଦନ ହୋଇଥିଲା। ଏହି ଅବସରରେ ଶ୍ରୀନଅର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯାଇଥିଲା। ସେପଟେ ଉପସ୍ଥିତ ଶ୍ରୋତ୍ରୀୟ ବ୍ରାହ୍ମଣ ମାନେ ସୁନିଆ ପର୍ବ ଉପଲକ୍ଷେ ଗଜପତି ମହାରାଜାଙ୍କୁ ଭେଟି ପ୍ରଦାନ କରି ଆର୍ଶୀବାଦ ଦେଇଥିବା ବେଳେ ମଠ ମହନ୍ତଙ୍କ ପକ୍ଷରୁ ରୁଦ୍ରାକ୍ଷ ବୃକ୍ଷର ଏକ ଚାରା ମଧ୍ୟ ପ୍ରଦାନ କରାଯାଇଥିଲା।

Leave A Reply

Your email address will not be published.