ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବେପରୁଆ ଗାଡି ଚଳାଇବା ପଡିଲା ମହଙ୍ଗା, ୫ ଗିରଫ

0

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଏଥିସହିତ ୨ଟି ଗାଡ଼ି ମଧ୍ୟ ଜବତ କରାଯାଇଛି। ଅଭିଯୁକ୍ତମାନେ ଭୁବନେଶ୍ୱରର ଜନପଥରେ ଟ୍ରାଫିକ ନିୟମକୁ ଉଲ୍ଲଂଘନ କରି ବେପରୁଆ ଭାବେ ୪ଟି କାର୍‌ ଚଳାଇ ଆତଙ୍କ ଖେଳାଇଥିଲେ। ଗୋଟିଏ କାର୍‌ ଫୁଟ୍‌ପାଥ୍‌କୁ ମାଡ଼ିଯାଇ ଚାଲୁଥିବା ଭିଡିଓ ଭାଇରାଲ୍‌ ହୋଇଥିଲା।

ରାଲିରେ ଯିବା ସମୟରେ ଅଭିଯୁକ୍ତମାନେ ବେପରୁଆ ଗାଡି ଚଳାଇ ଦୁର୍ଘଟଣା ମଧ୍ୟ ଘଟାଇଥିବା କୁହାଯାଉଛି। ଅଭିଯୁକ୍ତମାନେ ମୋଟ ୪ଟି କାର୍‌ରେ ରାସ୍ତାରେ ଯାଉଥିବା ବେଳେ ବେପରୁଆ ଡ୍ରାଇଭିଂ କରି ଆତଙ୍କ ଖେଳାଇଥିଲେ। ଦୁଇଟି କାରରେ ଦୁଇ ଜଣ ସନ୍‌ ରୁଫ୍ ଦେଇ ବାହାରକୁ ବାହରିଥିଲେ ଓ ଜୋରରେ ଚିତ୍କାର କରୁଥିଲେ। ସେଥିରୁ ଗୋଟିଏ କାରର ଝରକା ଦେଇ ଜଣେ ବାହାରକୁ ବସିଥିଲେ ଓ ପାଟି କରୁଥିଲେ।ସତ୍ୟନଗର ବିଏମସି ଅଫିସ ସମ୍ମୁଖରୁ ରୂପାଲି ଛକ ମଧ୍ୟରେ ଅଭିଯୁକ୍ତମାନଙ୍କର ବେପରୁଆ ଗାଡି ଚାଳନା ରେକର୍ଡ ହୋଇଥିବା ବେଳେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଘଟଣା କମିସନରେଟ ପୋଲିସ ନଜରକୁ ଆସିବା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ସ୍ପେସିଆଲ ସ୍କ୍ୱାଡ଼ ଏବଂ ଲକ୍ଷ୍ମୀସାଗର ପୋଲିସ ୫ ଜଣଙ୍କୁ ଗିରଫ କରିବା ସହିତ ୨ଟି ଗାଡ଼ି ଜବତ କରିଛି।

Leave A Reply

Your email address will not be published.