ଗାଡକଣ: ଗାଡକଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ ଘର ଚାବି ବଣ୍ଟନ କରିଛନ୍ତି ମୋଦୀ। ଏଥିସହିତ କିଛି ସମୟ ସେମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଭିତରେ ତାଙ୍କ ଜନ୍ମଦିନ ଅବସରରେ ଜଣେ ହିତାଧିକାରୀଙ୍କ ଘରକୁ ଯାଇ ଘରେ ଖିରି ଖାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ।
ପିଏମ୍ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ କ୍ଷିରୀ ପ୍ରସ୍ତୁତି ହୋଇଥିଲା। ଅନ୍ତର୍ଯ୍ୟାମୀଙ୍କ ବୋହୂ ସ୍ୱାଦିଷ୍ଟ କ୍ଷିରୀ ପ୍ରସ୍ତୁତ କରିଥିଲେ। ଏ ନେଇ ସେ ବେଶ ଖୁସି ଥିଲେ। ତାଙ୍କ ହାତର କ୍ଷିରୀ ପ୍ରଧାନମନ୍ତ୍ରୀ ଖାଇଲେ ଏହା ତାଙ୍କ ପାଇଁ ବହୁତ ବଡ଼ କଥା ବୋଲି ସେ କହିଛନ୍ତି।
ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବିଭିନ୍ନ ଜନକଲ୍ୟାଣ ପ୍ରକଳ୍ପ ଓ ଯୋଜନାର ଶୁଭାରମ୍ଭ କରିବେ। ଆବାସ ଯୋଜନାରେ ଲୋକଙ୍କୁ ଘର ଚାବି ବଣ୍ଟନ କରିଛନ୍ତି। ଏହି ଅବସରରେ ଭୁବନେଶ୍ୱର ବିମାନ ବନ୍ଦରରରୁ ସିଧା ଗାଡକଣ ଅଭିମୁଖେ ଯାଇଥିଲେ ମୋଦୀ। ସେଠି ଆବାସ ହିତାଧିକାରୀଙ୍କୁ ଭେଟି ଗୃହ ପ୍ରବେଶ କରାଇବା ସହିତ କିଛି ସମୟ ସେଠି ବିତାଇଥିଲେ। ଯେଉଁଥିରେ ମୋଟ ୧୦ ଲକ୍ଷ ହିତାଧିକାରୀଙ୍କୁ ଚାବି ବାଣ୍ଟିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଏହି ଅବସରରେ ସେଠି ସେ ଖିରି ଖାଇବା ସହିିତ ତାଙ୍କ ଜନ୍ମଦିନ ଅବସରରେ ପ୍ରଭୁ ଜଗନ୍ନାଥଙ୍କ ଫଟୋ ମଧ୍ୟ ଉପହାରରେ ପାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମଧ୍ୟ ଉପସ୍ଥିତ ଥିଲେ।
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍