ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ଆଜି ଠାରୁ ଆରମ୍ଭ ହେଲା ମା’ଙ୍କ ଷୋଡ଼ଶ ଦିନାତ୍ମକ ପୂଜା

0

ପୁରୀ: ଆଜି ପବିତ୍ର ମୂଳାଷ୍ଟମୀ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ଦ୍ୱିତୀୟା ଓଷା। ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ। ଆଜି ଶ୍ରୀମନ୍ଦିରରେ ମା’ ବିମଳାଙ୍କ ପୀଠରେ ମଧ୍ୟ ମଙ୍ଗଳବାରଠାରୁ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହୋଇଛି। ଏଥିସହ ଶ୍ରୀମନ୍ଦିର ଭିତରେ ବେଢାପରିସରସ୍ଥ ମା’ ଭୁବନେଶ୍ୱରୀ, ମା’ ବାଟମଙ୍ଗଳା, ମା’ ଉତ୍ତରାୟଣୀ ଏବଂ ଶ୍ରୀକ୍ଷେତ୍ରର ଦକ୍ଷିଣକାଳୀ, ଆଲାମଚଣ୍ଡୀ ଏବଂ କିଳେଶ୍ୱରପୁର ଶାସନର ପଞ୍ଚମୁଖୀ ଠାକୁରାଣୀଙ୍କ ପୀଠରେ ମଧ୍ୟ ଷୋଡ଼ଶ ପୂଜା ଓ ଚଣ୍ଡୀପାଠ କରାଯିବ।

ତେବେ ପୂଜା ପୂର୍ବରୁ ମଙ୍ଗଳବାର ପୂର୍ବାହ୍ନରେ ଶ୍ରୀନଅରରେ ୨୧ ଜଣ ଶୋତ୍ରୀୟ ବ୍ରାହ୍ମଣଙ୍କୁ ବରଣ କରାଯିବ। ବରଣ ପରେ ଶୋତ୍ରୀୟ ବ୍ରାହ୍ମଣମାନେ ପୂଜାର୍ଚ୍ଚନା ଆରମ୍ଭ କରିବେ। ଷୋଳପୂଜା ପାଇଁ ଚଳଚଞ୍ଚଳ ହୋଇ ପଡିଛି ଶ୍ରୀକ୍ଷେତ୍ର। ମଙ୍ଗଳବାର ମହାରାଜା ବିଦ୍ୟସିଂହ ଦେବଙ୍କ ପଇତା ଲାଗି, ଦେବାର୍ଚ୍ଚନା, ମଙ୍ଗଳାର୍ପଣ ନୀତି ସମ୍ପନ୍ନ ହେବା ପରେ ରାଜଗୁରୁଙ୍କୁ ଗଜପତି ଶ୍ରୀହସ୍ତ ଛୁଆଁ ଗୁଆ, ନଡ଼ିଆ ପ୍ରଦାନ କରିବେ। ଗଜପତିଙ୍କ ପ୍ରତିନିଧି ଭାବେ ରାଜଗୁରୁ ଏହି ଗୁଆ, ନଡ଼ିଆ ବ୍ରାହ୍ମଣମାନଙ୍କୁ ଦେଇ ବରଣ କରିବେ। ସେହିପରି ଶ୍ରୀମନ୍ଦିରରେ ସହସ୍ର କୁମ୍ଭାଭିଷେକ ଓ ଦେବୀ ଉତ୍‌ଥାପନ ନୀତି ଅନୁଷ୍ଠିତ ହେବ।

Leave A Reply

Your email address will not be published.