ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଦଶମ ଷାଣ୍ମାସିକ ପରୀକ୍ଷା ପାଇଁ ସୂଚନା ଦେଲା ବୋର୍ଡ

0

କଟକ: ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଷାଣ୍ମାସିକ ପରୀକ୍ଷା କେବେ ହେବ ଏନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ କୁ ଦୂର କରିଛି ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ (ବିଏସଇ) । ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ଚିଠି ଲେଖିଛି ବୋର୍ଡ। ଚିଠିରେ ଉଲ୍ଲେଖ ରହିଛି ଯେ, ଚଳିତ ବର୍ଷ ନିର୍ଦ୍ଧାରିତ ସମୟରେ ଦଶମ ଷାଣ୍ମାସିକ ପରୀକ୍ଷା ଅନୁଷ୍ଠିତ ହେବ। ଗତ ବର୍ଷ ଭଳି ଏଥର ପ୍ରଶ୍ନପତ୍ର ବୋର୍ଡ ଯୋଗାଇବ ନାହିଁ । ସ୍କୁଲ କର୍ତ୍ତୃପକ୍ଷ ନିଜସ୍ୱ ପ୍ରଶ୍ନପତ୍ର ପ୍ରସ୍ତୁତ କରିପାରିବେ ବୋଲି ବୋର୍ଡ ସ୍ପଷ୍ଟ କରି ଦେଇଛି।

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବେଳେ ଏଥର ଦେୟ ଦେବାକୁ ପଡ଼ିପାରେ। କୋଭିଡ୍‌ ପରଠାରୁ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବାବଦକୁ କୌଣସି ଦେୟ ଦେବାକୁ ପଡୁ ନ ଥିଲା। ୨୦୨୦ ପରଠୁ ବନ୍ଦ ଥିବା ପରୀକ୍ଷା ଫି’ ଚଳିତ ବର୍ଷଠୁ ପୁଣି ଆରମ୍ଭ ହେବ ବୋଲି ବୋର୍ଡ ସୂତ୍ରରୁ ଏକ ସୂଚନା ମିଳିଛି। ଏହା ବାଦ୍ ଚଳିତ ପରୀକ୍ଷା ପାଇଁ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବେଳେ ଦେୟ ଦେବେ। ୨୦୧୬ରୁ ଧାର୍ଯ୍ୟ ହୋଇଥିବା ୪୨୦ଟଙ୍କା ପରିବର୍ତ୍ତେ ୮ଶହ ଟଙ୍କା ଅଧିକ ପରୀକ୍ଷା ଫି’ ଏଥର ଆଦାୟ ହେବ ବୋଲି ଯୋଜନା ଚାଲିଥିବା ଜଣାପଡିଛି।

ବୋର୍ଡ ଅଧିକାରୀଙ୍କ କହିବା ମୁତାବକ, ପ୍ରଶ୍ନପତ୍ର ଚୟନ, ପ୍ରଶ୍ନପତ୍ର ଛପା, ଆଡମିଟ୍‌ କାର୍ଡ ପ୍ରସ୍ତୁତି, ପରୀକ୍ଷା ଆୟୋଜନ, ସେଣ୍ଟରରେ ପରୀକ୍ଷା ନିରୀକ୍ଷକ ନିୟୋଜନ, ପ୍ରଶ୍ନପତ୍ରଗୁଡ଼ିକୁ ନୋଡାଲ ସେଣ୍ଟର ଓ ପରୀକ୍ଷା କେନ୍ଦ୍ରକୁ ପଠାଇବା, ପର୍ଯ୍ୟବେକ୍ଷକ ଏବଂ ସ୍କ୍ବାର୍ଡ ଗସ୍ତ ଖର୍ଚ୍ଚ, ଉତ୍ତର ଖାତା ମୂଲ୍ୟାୟନ, ଟାବୁଲେସନ, ସାର୍ଟିଫିକେଟ ପ୍ରସ୍ତୁତି ଆଦି ପାଇଁ ପୂର୍ବ ଅପେକ୍ଷା ଖର୍ଚ ବହୁ ପରିମାଣରେ ବଢ଼ିଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ କଥା ହେଲା ସରକାରୀ କର୍ମଚାରୀଙ୍କ ଡିଏ ଦିନକୁ ୧୪୦ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି ପାଇଥିବାରୁ ପରୀକ୍ଷା ପରିଚାଳନାରେ ଦିନକୁ ଡିଏ ବାବଦ ଖର୍ଚ ୩ଗୁଣା ବଢ଼ିଛି। ତେଣୁ ପରୀକ୍ଷା ଫି’ ଆଦାୟ କରିବାକୁ ବୋର୍ଡ ପକ୍ଷରୁ ଯୋଜନା କରାଯାଉଛି।

ଫି’ ବୃଦ୍ଧି ପାଇଁ ବୋର୍ଡ କର୍ତ୍ତୃପକ୍ଷ ସରକାରଙ୍କ ଅନୁମତି ଲୋଡ଼ିଛନ୍ତି। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବୋର୍ଡ କର୍ତ୍ତୃପକ୍ଷ ମାଟ୍ରିକ ପରୀକ୍ଷା ଫି’ ବୃଦ୍ଧି ନେଇ ନିଷ୍ପତି ନେଇପାନ୍ତି ବୋଲି ଗଣଶିକ୍ଷା ବିଭାଗର ଜଣେ ଅଧିକାରୀ କହିଛନ୍ତି। ତେବେ ମାଟ୍ରିକ ପରୀକ୍ଷା ପାଇଁ ଆସନ୍ତା ଅକ୍ଟୋବରରୁ ନଭେମ୍ବର ମାସ ମଧ୍ୟରେ ଫର୍ମ ପୂରଣ କରାଯିବ ବୋଲି ସୂଚନା ରହିଛି।

Leave A Reply

Your email address will not be published.