ପ୍ରମୁଖ ଖବର

ୟନାଡରୁ ଉପ-ନିର୍ବାଚନ ଲଢିବେ ପ୍ରିୟଙ୍କା ଗାନ୍ଧୀ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆଜି ଆଲଜିୟର୍ସସ୍ଥିତ ସିଦି ଅବ୍ଦେଲା ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ପୋଲ ବିଶ୍ୱବିଦ୍ୟାଳୟ ପକ୍ଷରୁ ରାଜନୀତି ବିଜ୍ଞାନରେ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ
ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା
କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା କଲେ ମହାରାଷ୍ଟ୍ର ସରକାର
ଭାଜପାର ଦିଲ୍ଲୀ ନିର୍ବାଚନ ଇନଚାର୍ଜ ହେଲେ ବୈଜୟନ୍ତ ପଣ୍ଡା
ସଲମାନ୍‌ଙ୍କୁ ମିଳିଲା ୱାଇ ପ୍ଲସ୍‌ ସିକ୍ୟୁରିଟି

ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଲେ ଜେପି ନଡ୍ଡା

0

ଭୁବନେଶ୍ବର: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଗୁରୁବାର ଭୁବନେଶ୍ୱରରେ ପହଞ୍ଚି ଦଳୀୟ କାର୍ଯ୍ୟାଳୟକୁ ଯାଇଥିଲେ। ଏଠାରେ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ।

ସୂଚନା ଥାଉକି, ନଡ୍ଡା ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଉପମୁଖ୍ୟମନ୍ତ୍ରୀ ଭବ୍ୟ ସ୍ବାଗତ ଜଣାଇଥିଲେ। ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ନଡ୍ଡା ନୂଆ ସଦସ୍ୟଙ୍କୁ ମାର୍ଗଦର୍ଶନ କରାଇବା ସହ ଭାଜପା ଏକମାତ୍ର ଗଣତାନ୍ତ୍ରିକ, କ୍ୟାଡରଯୁକ୍ତ ରାଜନୈତିକ ଦଳ। ଭାରତରେ ୫ ହଜାର ଦଳ, ୫୦ରୁ ଅଧିକ ପାର୍ଟି। ଆପଣମାନେ କଂଗ୍ରେସର ଏପରି ସଦସ୍ୟତା ଅଭିଯାନ ଦେଖିଛନ୍ତି କି ବୋଲି ନଡ୍ଡା ପ୍ରଶ୍ନ କରିଥିଲେ।

ସେ କହିଛନ୍ତି, ଭାଜପାରେ ଅତ୍ୟନ୍ତ ସ୍ୱଚ୍ଛ ଭାବେ ସଦସ୍ୟତା ଗ୍ରହଣ ହୁଏ। ସଦସ୍ୟତା ସରିବା ପରେ କାର୍ଯ୍ୟକର୍ତ୍ତା ନିର୍ବାଚନ ହେବ। ଆମର ଏଠି ନେତା ପୁଅ ନେତା ହୁଏନି। ମାଟିରୁ ଆସିଥିବା ବ୍ୟକ୍ତି ନେତା ହୁଅନ୍ତି। ଏମିତି କିଛି କହି ବିରୋଧୀଙ୍କୁ ତେର୍ଚ୍ଛାବାଣ ମାରିଛନ୍ତି ନଡ୍ଡା। ଆଜି ଆମ ପାର୍ଟିରେ ୧୦ଲକ୍ଷ ୪୦ହଜାର ବୁଥ୍ ଅଛି। ଦେଢ ଲକ୍ଷ ଶକ୍ତି କେନ୍ଦ୍ର, ୧୫ହଜାରରୁ ଅଧିକ ମଣ୍ଡଳ ରହିଛି। ଆଜି ପ୍ରାୟ ୩୫୦ ପାର୍ଲାମେଣ୍ଟ ମେମ୍ୱର ଅଛନ୍ତି। ମୋଦିଙ୍କ ନେତୃତ୍ୱରେ ବିକଶିତ ଭାରତ ୨୦୪୭ରେ ସାମିଲ ହେବାକୁ ଆମେ ଆପଣଙ୍କୁ ଆହ୍ୱାନ ଦେଉଛୁ। ଏଥିପାଇଁ ଆପଣ ସମସ୍ତେ ଏକାଠି ହୋଇ ଆମକୁ ସମର୍ଥନ କରନ୍ତୁ ବୋଲି ନଡ୍ଡା କହିଛନ୍ତି।

Leave A Reply

Your email address will not be published.