ପ୍ରମୁଖ ଖବର

ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ପାଣି ଛାଡୁ ଛାଡୁ ମିଳିବ କ୍ଷତିପୂରଣ : ରାଜସ୍ବ ମନ୍ତ୍ରୀ
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର
ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍‌ : ମନ୍ତ୍ରୀ
ରାଜ୍ୟରେ କେହି ଭୂମିହୀନ ରହିବେ ନାହିଁ: ରାଜସ୍ୱ ମନ୍ତ୍ରୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ
ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ

ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ ଓଡ଼ିଶା ଲୋକସେବା ଆୟୋଗ ଚେୟାରମ୍ୟାନ୍

0

ଭୁବନେଶ୍ବର: ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର। ଏହି ପଦବୀରେ ତାଙ୍କୁ ଆଗାମୀ ୬ ବର୍ଷ ପାଇଁ ନିଯୁକ୍ତ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଏବେ ସେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ନିର୍ଦ୍ଦେଶକ ଅଛନ୍ତି।

୧୯୯୦ ବ୍ୟାଚ୍‌ର ଆଇପିଏସ୍ ଅଫିସର ଅରୁଣ ଷଡ଼ଙ୍ଗୀ ଏବେ ସ୍ୱତନ୍ତ୍ର ପୁଲିସ ମହାନିର୍ଦ୍ଦେଶକ (ପ୍ରଶିକ୍ଷଣ) ଓ ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ସେ ସାଢ଼େ ୭ ମାସ ଧରି ରାଜ୍ୟର ପୁଲିସ୍ ମହାନିର୍ଦ୍ଦେଶକ (ଡିଜିପି) ଦାୟିତ୍ୱରେ ଥିଲେ।

ଏହା ସହିତ ୨୦୨୩ ଡିସେମ୍ବର ୩୧ରେ ସେ ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ବ ଗ୍ରହଣ କରିଥିଲେ।ସେ ଡିଜି ଥିବା ସମୟରେ ଓଡ଼ିଶା ପୋଲିସ ଅରୁଣ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଗତ ସାଧାରଣ ନିର୍ବାଚନ ଶାନ୍ତିପୂର୍ଣ୍ଣ, ନିରପେକ୍ଷରେ ସମାପନ କରିଥିଲା। ବିଶେଷକରି ୨୬ବର୍ଷ ପରେ ପ୍ରଥମଥର ପାଇଁ ଓଡ଼ିଶାରେ ନିର୍ବାଚନ ମାଓ ହିଂସାମୁକ୍ତ ହୋଇପାରିଥିଲା।

ଓପିଏସସି ଅଧ୍ୟକ୍ଷ ପଦରୁ ସତ୍ୟଜିତ୍ ମହାନ୍ତି ୨୦୨୩ ଅଗଷ୍ଟ ମାସରେ ଅବସର ନେବାପରଠୁ ଓପିଏସସି ସଦସ୍ୟ ଡଃ ସରିତା ସୁପକାର କାର୍ଯ୍ୟକାରୀ ଅଧ୍ୟକ୍ଷ ଦାୟିତ୍ୱ ତୁଲାଉଛନ୍ତି ।

Leave A Reply

Your email address will not be published.