ପ୍ରମୁଖ ଖବର

ଅପରାଧୀଙ୍କୁ ମିଳିବ କଡ଼ା ଜବାବ, ସହିଦ ହେବାକୁ ବି ପ୍ରସ୍ତୁତ: ଡିଜିପି
ଏସ୍‌ବିଆଇର ତଥ୍ୟ ଲିକ୍‌: ଡାର୍କ ୱେବ୍‌ରେ ୩.୭୫ ଲକ୍ଷ ରେକର୍ଡ, ତଦନ୍ତ ଆରମ୍ଭ
ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ଼ ମାମଲା: ଆଉ ୪ ଗିରଫ
୨୦୨୯ ସୁଦ୍ଧା ନିଶାମୁକ୍ତ ଭାରତ ଲକ୍ଷ୍ୟ: ଅମିତ ଶାହ

ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲହାନ୍ ଯିବେ। ସେଠାରେ ଭାଜପାର ପରିବର୍ତ୍ତନ ଯାତ୍ରାରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ।

ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଜୋର୍‌ଦାର ଚର୍ଚ୍ଚା ହେଉଛି। ଝାଡ଼ଖଣ୍ଡ ଭାଜପାର ସହପ୍ରଭାରୀ ତଥା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କୁ ମୋହନ ଗତକାଲି ଭେଟିଥିଲେ।ଝାଡ଼ଖଣ୍ଡରେ ସଂଖ୍ୟାଧିକ ଓଡିଆ ଭାଷାଭାଷୀ ଲୋକଙ୍କ ସହ ଆଦିବାସୀ ସଂପ୍ରଦାୟ ବସବାସ କରନ୍ତି। ତେଣୁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ବଧନ ବିଜେପି ପାଇଁ ବେଶ୍ ଫଳପ୍ରଦ ହୋଇପାରେ।

Leave A Reply

Your email address will not be published.