ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ

0

ବିଜାପୁର: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ଆହତ ସିଆରପିଫ୍‌ ଯବାନଙ୍କୁ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାନୁସାରେ, ଛତିଶଗଡ଼ ବିଜାପୁର ଜିଲା ଚିନ୍ନାଗେଲୁର ସିଆରପିଏଫ୍‌ କ୍ୟାମ୍ପ୍‌ରୁ ରବିବାର ସକାଳୁ ଯବାନମାନେ ସର୍ଚ୍ଚ ଅପରେଶନ ପାଇଁ ଯାଇଥିବା ବେଳେ ଟେରାମ୍‌ ଗୁଡୁମ୍‌ ଥାନା ଅଞ୍ଚଳରେ ମାଓବାଦୀମାନେ ଖଞ୍ଜିଥିବା ଆଇଇଡି ବିସ୍ଫୋରଣ ହୋଇଥିଲା। ଫଳରେ ୫ ଯବାନ ସାମାନ୍ୟ ଆହତ ହୋଇଛନ୍ତି।

ତେବେ ଏହି ଆଇଇଡି ବିସ୍ଫୋରଣରେ କେବଳ ପୋଲିସ କିମ୍ବା ସୁରକ୍ଷାକର୍ମୀ ନୁହନ୍ତି ବରଂ ସାଧାରଣ ଲୋକ ମଧ୍ୟ ଶିକାର ହୋଇଥିବା ସୂଚନା ପ୍ରଦାନ କରିଛନ୍ତି। ଆହତମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଉତ୍ତମ ଚିକିତ୍ସା ପାଇଁ ବିଜାପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ପୋଲିସ ସୂତ୍ରରୁ ପ୍ରକାଶ। ବର୍ତ୍ତମାନ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଥିବା ସୂଚନାରୁ ଜଣାପଡ଼ିଛି।

Leave A Reply

Your email address will not be published.