ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଭଗବାନଙ୍କୁ ରାଜନୀତିଠାରୁ ଦୂରେଇ ରଖ : ସୁପ୍ରମିକୋର୍ଟ

0

ନୂଆଦିଲ୍ଲୀ: ତିରୁପତି ଲଡୁ ବିବାଦ ମାମଲାର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ତିରୁପତି ଲଡୁ ବିବାଦ ମାମଲାରେ ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶ ସରକାରଙ୍କୁ ଭର୍ତ୍ସନା କରିଛନ୍ତି। ଏହାକୁ ନେଇ ସର୍ବୋଚ୍ଚ ଅଦାଲତ କହିଛନ୍ତି, “ଭଗବାନଙ୍କୁ ନେଇ ରାଜନୀତି କରାନଯାଉ। ଈଶ୍ଵର ସବୁଠୁ ଊର୍ଦ୍ଧ୍ବରେ। ଭଗବାନଙ୍କୁ ରାଜନୀତିଠାରୁ ଦୂରେଇ ରଖିବା ଉଚିତ୍‌ ବୋଲି ସୁପ୍ରମିକୋର୍ଟ କହିଛନ୍ତି। କାରଣ ଭଗବାନଙ୍କ ପ୍ରସାଦ ଭକ୍ତଙ୍କ ଭାବାବେଗ ସହ ଜଡ଼ିତ । ଏଭଳି ବିବାଦ ଦ୍ୱାରା ଭକ୍ତଙ୍କ ଆସ୍ଥା ତୁଟିନଯାଉ ।” ଏହା ବିଶ୍ୱାସର ବିଷୟ। ଏହି ସପ୍ତାହ ପୂର୍ବରୁ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ଏବଂ ପୂର୍ବତନ ତିରୁମାଲା ତିରୁପତି ଦେବସ୍ଥାନମ (ଟିଟିଡି) ଅଧ୍ୟକ୍ଷ ତଥା ରାଜ୍ୟ ସଭା ଏମ୍‌ପି ୟେ.ଭି ସୁବା ରେଡ୍ଡୀଙ୍କ ଦ୍ୱାରା ପିଟିସନ ଦାଖଲ କରାଯାଇଥିଲା। ଜଷ୍ଟିସ ବି.ଆର ଗାଭାଇ ଏବଂ ଜଷ୍ଟିସ କେ.ଭି ବିଶ୍ୱନାଥନଙ୍କ ବେଞ୍ଚ ଏହି ଆବେଦନ ଉପରେ ଶୁଣାଣି କରୁଛି।

ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ତାଗିଦ କରି ଜୁଲାଇରେ ଆସିଥିବା ରିପୋର୍ଟ ଉପରେ ଦୁଇମାସ ପରେ କାହିଁକି ବିବୃତ୍ତି ଦେଇଛନ୍ତି ବୋଲି ପଚାରିଥିଲେ। ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶ ସରକାରଙ୍କୁ ପଚାରିଥିଲେ ଯେ, ପ୍ରସାଦ ଲଡୁ ତିଆରିରେ ଦୂଷିତ ଘିଅ ବ୍ୟବହାର କରାଯାଇଛି କି ନାହିଁ? ଟିଡିପି ପାଇଁ ହାଜର ହୋଇଥିବା ବରିଷ୍ଠ ଓକିଲ ସିଦ୍ଧାର୍ଥ ଲୁଥ୍ରା କହିଛନ୍ତି, ଲଡୁର ସ୍ବାଦ ଭଲ ନୁହେଁ ବୋଲି ଲୋକମାନେ ଅଭିଯୋଗ କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଲୋକମାନେ ଏହା ବିଷୟରେ ଅବଗତ ନୁହଁନ୍ତି, ପ୍ରଦୂଷିତ ଘିଅକୁ ପ୍ରସାଦ ପାଇଁ ବ୍ୟବହାର କରାଯାଉଥିବା କୌଣସି ପ୍ରମାଣ ଅଛି କି ନାହିଁ ସେ ବିଷୟରେ ଜଣାନ୍ତୁ।



Leave A Reply

Your email address will not be published.